Advertisement

କାହିଁକି ବିଜୁ ପକ୍କା ଘର ପେଷ୍ଟ ଉଠିବ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୦।୧: ବିଜୁ ପକ୍କା ଘର ପେଷ୍ଟ ଉଠିବ କହିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। ବିଜୁ ପକ୍କା ଘର ଛାପା କାଢ଼ିବାକୁ ଲୋକେ କହୁଛନ୍ତି। ପୂର୍ବ ସରକାର ମାତ୍ର ୩ ଲକ୍ଷ ୧୨ ହଜାର ଘର ଦେଇଥିଲେ। କେବଳ ବିଜୁ ପକ୍କାଘର କରି ନାଁ ନେଉଥିଲେ। କିନ୍ତୁ ଲୋକଙ୍କ ପାଇଁ ସେମାନଙ୍କ ଆଦୌ ଆନ୍ତରିକତା ନ ଥିଲା। ନୂଆ ସରକାର ସବୁ ଯୋଗ୍ୟ ହିତାଧିକାରୀଙ୍କୁ ଘର ଦେବାକୁ ଯୋଜନା କରୁଛନ୍ତି।

ଅନ୍ୟପକ୍ଷେ,ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ। ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। ଆବାସ ସଂଖ୍ୟା ୨ରୁ ୩ କୋଟିକୁ ବଢ଼ିଛି। ଓଡ଼ିଶାକୁ ଅଧିକ ମିଳିବା ଆଶା ରଖାଯାଇଛି। ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିପାରିବେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share