ରାଶନ ହିତାଧିକାରୀଙ୍କୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପ୍ରବାସୀଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୧ା୯: ବିଧାନସଭାରେ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତରରେ ଏକ ବଡ଼ ସୂଚନା ଦେଇଛନ୍ତି। ପ୍ରବାସୀମାନଙ୍କ କେଓ୍ବାଇସିକୁ ନେଇ ସୋଫିଆ ପଚାରିଥିବା ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି, ଅଗଷ୍ଟ ୨୨ରୁ ଇ-କେଓ୍ବାଇସି ଚାଲିଛି, ଏହା ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ପ୍ରବାସୀମାନେ ଆସିବା ଦରକାର ନାହିଁ। ଯିଏ ଯେଉଁଠାରେ ଅଛନ୍ତି, ସେଠାରେ ଇ-କେଓ୍ବାଇସି କରିପାରିବେ। ଯେଉଁଠି ଚାହିଁବେ ଉକ୍ତ ସେଣ୍ଟରକୁ ଯାଇ ମେଶିନରେ ଫିଙ୍ଗରପ୍ରିଣ୍ଟ୍‌ ଦେଇପାରିବେ।

ମନ୍ତ୍ରୀ ଆହୁରି କହିଛନ୍ତି, ୨୦୧୬-୧୭ରୁ ଏବେ ପର୍ଯ୍ୟନ୍ତ ରାଜ୍ୟ ସରକାର ରାଶନକାର୍ଡ ତାଲିକାରୁ ମୃତ ଓ ଅଯୋଗ୍ୟ ବ୍ୟକ୍ତିଙ୍କୁ ଆଧାର କରି ୧୬,୨୭,୯୨୦ ଜଣଙ୍କ ନାଁକୁ ହଟାଇ ଦେଇଛନ୍ତି। ଆଉ ଯେଉଁମାନେ ଏହି ସୁଯୋଗର ଲାଭ ପାଇ ନାହାନ୍ତି ତାଙ୍କୁ ଏଥିରେ ତାଲିକାଭୁକ୍ତ କରାଯାଉଛି। ରାଜ୍ୟ ସରକାର ନିକଟରେ ରାଶନକାର୍ଡରେ ଥିବା ସବୁ କାର୍ଡଧାରୀଙ୍କୁ ଆଧାର ସହ ଇ-କେଓ୍ବାଇସି ଲିଙ୍କ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଆଗକୁ ଆହୁରି ଅଯୋଗ୍ୟ କାର୍ଡଧାରୀଙ୍କ ନାମକୁ ହଟାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri