ହାତ ଛାଡ଼ି ଶଙ୍ଖ ଧରିଲେ ବିଧାୟକ ପ୍ରାର୍ଥୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଝାରସୁଗୁଡ଼ା ଜିଲା ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ଗୋଁଡ଼ ସମାଜର ୬୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଓ ଗତ ୨୦୧୯ ନିର୍ବାଚନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ ଶୁକ୍ରବାର ବିଜେଡିରେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଁଡ଼ ମହାସଭାର ରାଜ୍ୟ ସଭାପତି ମହେନ୍ଦ୍ର ନାୟକ, ଝାରସୁଗୁଡ଼ା ଜିଲା ସମ୍ମିଳିତ ଆଦିବାସୀ ସମାଜ ସଭାପତି ମାଧବ ସିଂ ନାୟକ ବିଧିବଦ୍ଧ ଭାବରେ ବିଜେଡିରେ ଯୋଗ ଦେଇଛନ୍ତି।

Share