ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରେ କାର୍ଯ୍ୟରତ ୩ ଡାକ୍ତରଙ୍କୁ ଜିଲା ବାହାରକୁ ବଦଳି ଆଦେଶ ନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଲା ମୁଖ୍ୟ ଡାକ୍ତରଖାନା ସମେତ ଅନ୍ୟ ଡାକ୍ତରଖାନାରେ ଡାକ୍ତର ପଦବୀ ଖାଲି ପଡ଼ିଛି। ତାକୁ ପୂରଣ କରିବା ବଦଳରେ ଏଠାରେ କାର୍ଯ୍ୟରତ ଡାକ୍ତରଙ୍କୁ ଅନ୍ୟତ୍ର ବଦଳି ଘଟଣାକୁ ଜିଲାବାସୀ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହାକୁ ନେଇ ଆନ୍ଦୋଳନ ମୁଣ୍ଡ ଟେକିଥିବା ବେଳେ ଶନିବାର ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଡାକ୍ତରଙ୍କ ବଦଳି ଆଦେଶକୁ ବାତିଲ କରିବା ସହିତ ସେ ପୂର୍ବରୁ ଦେଇଥିବା ଚିଠି ମୁତାବକ ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଧିକ ଡାକ୍ତର ଏବଂ ପାରା ମେଡିକାଲ କର୍ମଚାରୀ ନିଯୁକ୍ତି ଦେବାକୁ ବିଧାୟକ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ବରଗଡ଼, ରାଜ୍ୟ