ପୂର୍ବ ସରକାରର ବଡ଼ ଯୋଜନାକୁ ମନା କରିଦେଲେ ମୋହନ ସରକାର

ଭୁବନେଶ୍ୱର,୧୦।୯ (ଅନିଲଦାସ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରାଜ୍ୟ ସରକାର ସାଇକେଲ ଗୋଟିକୁ ୨୫,୦୦୦ ଟଙ୍କା ଦରରେ କିଣିଥିଲେ। ସେଥିରୁ କିଛି ଭାଙ୍ଗିରୁଜି ଯିବା ଫଳରେ ସେଗୁଡିକୁ ମରାମତି ପାଇଁ ଦିଆଯାଇଛି । ତେବେ ଏହି ସାଇକେଲଗୁଡିକୁ ଗରିବ ଛାତ୍ରୀ ଛାତ୍ରଙ୍କୁ ମାଗଣାରେ ଦେବାପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇ ନ ଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ।

ମୋ ସାଇକେଲ ସଂକ୍ରାନ୍ତରେ ଭାଜପା ସଭ୍ୟ ଟଙ୍କଥର ତ୍ରିପାଠୀ ପଚାରିଥିବା ଲିଖିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ସ୍ମାର୍ଟ ସିଟି ମିଶନର ନିର୍ଦ୍ଦେଶାବଳୀ ଅନୁସାରେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡର ପ୍ରସ୍ତାବ ଅନୁଯାୟୀ ଖୋଲା ଟେଣ୍ଡର ଜରିଆରେ ୨୦୧୮ରେ ୨୦୦୦ ଟି ସାଇକେଲ କିଣାଯାଇଥିଲା । ଗୋଟିଏ ସାଇକେଲର ଦାମ୍‌ ଥିଲା ୨୫,୦୦୦ ଟଙ୍କା ।

ଏହି ୨ ହଜାର ସାଇକେଲ ମଧ୍ୟରୁ ହୀରୋ ୟୁଓନ କମ୍ପାନୀରୁ ୧୦୦୦ ଟି ସାଇକେଲ ଖରିଦ ହୋଇଥିବାବେଳେ ୟୁଲୁ ବାଇକ୍ସ ପ୍ରାଇଭେଟ ଲିମିଟେଡରୁ ୫୦୦ ଟି ଏବଂ ଧରଣୀ ଏଣ୍ଟରପ୍ରାଇଜର୍ସରୁ ୫୦୦ ଟି ସାଇକେଲ କିଣାଯାଇଥିଲା । ଏହି ସାଇକେଲଗୁଡିକୁ ଭୁବନେଶ୍ୱର ସହରର ବିଭିନ୍ନ ସ୍ଥିରୀକୃତ ସ୍ଥାନରେ ସର୍ବସାଧାରଣଙ୍କ ବ୍ୟବହାର ପାଇଁ ରଖାଯାଇଛି । ମରାମତି ପାଇଁ କିଛି ସାଇକେଲକୁ ମରାମତି କେନ୍ଦ୍ରକୁ ପଠାଯାଇଛି । ତେବେ ଏହାକୁ ମାଗଣାରେ ଗରିବ ଛାତ୍ରଛାତ୍ରୀଙ୍କୁ ଦେବାପାଇଁ କୌଣସି ଯୋଜନା ନ ଥିବା ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri