୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଆଗାମୀ ୪୮ ଘଣ୍ଟା ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।
ପାଣିପାଗର ସୂଚନା ଅନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଉ ୪୮ ଘଣ୍ଟା ଭିତରେ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ରହିଛି।
ସୂଚନାଯୋଗ୍ୟ, ୧୫ କିମ୍ବା ୧୬ ତାରିଖ ସୁଦ୍ଧା ଓଡ଼ିଶା ମୌସୁମୀ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର(ଆଇଏମ୍‌ଡି) ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇଥିଲେ।

Share