୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଶ୍ମଶାନରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଭିଯୁକ୍ତ ମାଆକୁ ଅଟକ ରଖି ପଚରାଉଚରା କରୁଛି।

ସୂଚନାଥାଉ କି, ଫତେଗଡ ଥାନା ବାଉଁଶବାଟୀ ପଞ୍ଚାୟତର ପୋଡା ସାହିର ସୁକୁଟା ସ୍ବାଇଁ ୨୦ ବର୍ଷ ତଳେ ଶଶୀଙ୍କୁ ବିବାହ କରିଥିଲେ। ତାଙ୍କ ଔରଷରୁ ଦୁଇଟି ଝିଅ ଜନ୍ମ ହୋଇଥିଲେ। ୯ ବର୍ଷ ତଳେ ସାନ ଝିଅ ତୁଳସୀ ଛୋଟ ପିଲାଟିଏ ଥିଲା, ଆଖି ବୁଜିଥିଲେ ଶଶୀ। ତେବେ ୨ ବର୍ଷ ତଳେ ସୁକୁଟା କଳପଙ୍ଗି ଗାଁର ମଣ୍ଡା ସ୍ବାଇଁଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ପରେ ସୁକୁଟା କାମ ଅନ୍ବେଷଣରେ କେରଳ ଚାଲି ଯାଇଥିଲେ। ଆଉ ଏହାର ସୁଯୋଗ ନେଇ ମଣ୍ଡା ସଉତୁଣୀ ଝିଅ ତୁଳସୀକୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ।

ମଙ୍ଗଳବାର ତୁଳସୀ ପାଠ ପଢିବା ପାଇଁ ଯାଇଥିଲେ। ଘରକୁ ଫେରିଲା ବେଳେ ଔଷଧ ଆଣିବା ପାଇଁ ୧୦୦ ଟଙ୍କା ଦେଇଥିଲେ ସାବତ ମାଆ ମଣ୍ଡା। ତୁଳସୀ ଫେରିବା ସମୟରେ ୮୦ ଟଙ୍କାର ମେଡିସିନ କିଣିଥିବାବେଳେ ବାକି ୨୦ ଟଙ୍କାର ଦହବରା କିଣି ଖାଇ ଦେଇଥିଲେ। ତୁଳସୀ ଘରକୁ ଫେରିବା ପରେ ୧୦୦ ଟଙ୍କାର ହିସାବ ମାଗିଥିଲେ ମଣ୍ଡା। ଔଷଧ ଆଣିବା ପରେ ବଳି ପଡିଥିବା ୨୦ ଟଙ୍କାରେ ଦହିବରା ଖାଇ ଦେଇଛି ବୋଲି ତୁଳସୀ କହିଥିଲେ। ଏଥିରେ ରାଗି ଯାଇଥିଲେ ମଣ୍ଡା।

ଆଉ ଠେଙ୍ଗାରେ ତୁଳସୀଙ୍କୁ ପ୍ରବଳ ପିଟିଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଗାଁ ଲୋକ ଜାଣିବା ପରେ ଫତେଗଡ ଥାନା ପୋଲିସକୁ ଖବର ଦେଇଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ମଣ୍ଡାଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର...

ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image