ଫୁଲର ନାଁ ଐଶ୍ୱର୍ଯ୍ୟା ରାୟ, ଜାଣନ୍ତୁ କାହିଁକି

ମୁମ୍ବାଇ: ପୂର୍ବତନ ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କୁ ପ୍ରଶଂସକ ଖୁବ୍‌ ଭଲ ପାଆନ୍ତି। ଖାଲି ଦେଶରେ ନୁହେଁ, ବିଦେଶରେ ମଧ୍ୟ ଐଶ୍‌ଙ୍କ ଲୋକପ୍ରିୟତା ରହିଛି। ଖାସ୍‌ ଏଥିପାଇଁ ନେଦରଲାଣ୍ଡର କୁକେନହଫ୍‌ ଗାର୍ଡେନରେ ଏକ ଫୁଲର ନାମ ଐଶ୍ୱର୍ଯ୍ୟା ରାୟ ଦିଆଯାଇଛି। ଏହା ବ୍ୟତୀତ ଐଶ୍‌ ପ୍ରଥମ ଭାରତୀୟ ମହିଳା ଯାହାଙ୍କୁ କି ବିଦେଶରେ ଓପ୍ରା ଓ୍ବିନ୍‌ଫ୍ରେଙ୍କ ଶୋ’ଙ୍କୁ ଡକାଯାଇଥିଲା।

ଐଶ୍ୱର୍ଯ୍ୟା ଯେତେବେଳେ ନବମ ଶ୍ରେଣୀରେ ପଢୁଥିଲେ ତାଙ୍କୁ ପ୍ରଥମଥର କ୍ୟାମେଲିନ୍‌ ପେନ୍‌ସିଲ୍‌ର ଆଡ୍‌ ଫିଲ୍ମରେ ଅଫର ଆସିଥିଲା। ସେ ମୁମ୍ବାଇରେ ଆର୍କିଟେକ୍ଚରରେ ପାଠପଢ଼ା ଆରମ୍ଭ କରିଥିଲେ। ମାତ୍ର ମଡେଲିଂରେ କ୍ୟାରିୟର ଆରମ୍ଭ କରିବାରୁ ଅଧାରୁ ପାଠପଢ଼ା ଛାଡ଼ି ଦେଇଥିଲେ। ୧୯୯୩ରେ ପେପ୍‌ସୀ ଆଡ୍‌ରୁ ତାଙ୍କୁ ସ୍ବତନ୍ତ୍ର ପରିଚୟ ମିଳିଥିଲା। ୧୯୯୪ରେ ମିସ୍‌ ଓ୍ବାଲର୍‌ଡ ହୋଇଥିଲେ।

ଐଶ୍ୱର୍ଯ୍ୟା ବିଶ୍ୱସୁନ୍ଦରୀ ସତ ମାତ୍ର ଫିଲ୍ମକୁ ଆସିବା ପାଇଁ ତାଙ୍କୁ ବହୁତ ସଂଘର୍ଷ କରିବାକୁ ପଡ଼ିଥିଲା। ତାଙ୍କୁ ସିଧା ବଲିଉଡ୍‌ରେ ଏଣ୍ଟ୍ରି ମିଳି ନ ଥିଲା। ୧୯୯୭ରେ ସେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଏକ ସାଉଥ୍‌ ଫିଲ୍ମ ‘ଇରୁବର’ରୁ ସେ ତାଙ୍କର ଯାତ୍ରା ଆରମ୍ଭ କରିଥିଲେ। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ ମଣିରତ୍ନମ। ଏହିବର୍ଷ ହିଁ ସେ ବଲିଉଡ୍‌ ଫିଲ୍ମ ‘ପ୍ୟାର୍‌ ହୋ ଗୟା’ରେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ...

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ

ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି...

ଓସ୍କାର ରେସ୍‌ରେ ‘ଲାପ୍‌ତା ଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତା ଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ...

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ।...

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri