ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ

ପଟ୍ଟାଙ୍ଗି,୮ା୧୧(ଡି.ଏନ.ଏ.):ଜାତୀୟ ରାଜପଥ ବିଭାଗର ଖାମଖିଆଲ ଯୋଗୁ ବିଭାଗର ରାଜପଥଗୁଡ଼ିକ ମରଣଯନ୍ତାରେ ପରିଣତ ହୋଇଛି। କୋରାପୁଟ ଜିଲା ଅନ୍ତର୍ଗତ ରାଲେଗଡା ପଞ୍ଚାୟତ ସଦର ମହକୁମାଠାରୁ ଆରମ୍ଭ କରି ସୁଙ୍କି ପର୍ଯ୍ୟନ୍ତ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରୁଥିବା ୨୬ନଂ ଜାତୀୟ ରାଜପଥର ଏପରି ଅବସ୍ଥା ହୋଇଛି। ଏହି ରାସ୍ତାରେ ଛୋଟ ଗାଡ଼ିଠାରୁ ଆରମ୍ଭ କରି ଭାରିଯାନଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଯାତାୟାତ କରୁଛି। ବିଭାଗୀୟ ଅଧିକାରୀ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ଧନଜୀବନ ହାନି ହେଉଛି। ସ୍ଥାନୀୟ ଜନସାଧାରଣ ଜାତୀୟ ରାଜପଥ ଉପରେ ହୋଇଥିବା ଖାଲ ସ୍ଥାନଗୁଡିରେ ଲାଲ ରଙ୍ଗର ପତାକା ଉଡାଇ ସଙ୍କେତ ଦେଉଛନ୍ତି। ରାଲେଗଡା ପଞ୍ଚାୟତର ରାଜୁଗୁଡା ଗ୍ରାମ ଛକ ଉପରେ ଏପରି ଦେଖିବାକୁ ମିଳିଛି। ଉକ୍ତ ଛକରେ୨ଟି ସ୍ଥାନରେ ରାସ୍ତା ଉପରେ ବଡବଡ ଖାଲ ହୋଇଥିବାରୁ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଗାଡ଼ି ମୋଟର ଯେପରି ଦୁର୍ଘଟଣାଗସ୍ତ ନ ହୁଏ ସେଥିପ୍ରତି ସତର୍କ ରହିବା ଲାଗି ଗ୍ରାମବାସୀ ଏହିପରି ପଦକ୍ଷେପ ନେଇଛନ୍ତି । ଏହା ସତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ ଚେତୁନାହାନ୍ତି। ରାସ୍ତା ମରାମତି କରିବା ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଏ ଦିଗରେ ତୁରନ୍ତ ପଦକ୍ଷେପ ନେଇ ରାସ୍ତା ଦୂରବସ୍ଥା ସୁଧାରିବା ପାଇଁ ସ୍ଥାନୀୟ ରାଜ୍ୟ ମୋଟର ଚାଳକ ସଂଘ ପଟ୍ଟାଙ୍ଗି ଶାଖାର ସମସ୍ତ ଗାଡିଚାଳକମାନେ ଦାବି କରିଛନ୍ତି। ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଯୋଗାଯୋଗ କରିବାରୁ ବର୍ଷା ପାଇଁ ରାସ୍ତାର ମରାମତି ବନ୍ଦ ରହିଥିଲା। ବର୍ତ୍ତମାନ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଉପରୋକ୍ତ ସ୍ଥାନମାନଙ୍କରେ ମଧ୍ୟ କାମ ଅଳ୍ପ ଦିନ ମଧ୍ୟରେ କାମ ହେବ ବୋଲି ସେ କହିିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image