ପୁଣି ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କ ନିର୍ମମ ହତ୍ୟା

ଚିତ୍ରକୋଣ୍ଡା,୨୪।୧୨(ଡି.ଏନ.ଏ): ପୁଣି ନକ୍ସଲଙ୍କ ବର୍ବର କାଣ୍ଡ। ଆନ୍ଧ୍ର-ଓଡିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ନିକଟସ୍ଥ ଜଣକୁ ପୋଲିସ ଇନଫର୍ମର କହି ହାତ ବାନ୍ଧି ମୁଣ୍ଡ ପଛରେ ଧାରୁଆ ଅସ୍ତ୍ର ମାଧ୍ୟମରେ ମାରି ଦେଇଛନ୍ତି। ସେ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ବିଶାଖାପଟନମ ଜିଲାର ପେଦାବାଇଲୁ ବ୍ଲକର ବିନିଲକୋଟା ପଞ୍ଚାୟତ ଅନ୍ତର୍ଗତ ଚିନ୍ତାଗୁରୁ ଗ୍ରାମର ସତୀଶ ବାବୁକୁ କରୁକୋଣ୍ଡାଦଲମ। ସତୀଶ ବାବୁଙ୍କୁ ବୁଧବାର ରାତି ପ୍ରାୟ ୨ଟା ବେଳେ ୨୦ରୁ ଉଦ୍ଧର୍‌ବ ମାଓବାଦୀ ଆସି ଘରରୁ ଡାକି ନେଇ ଚିନ୍ତାଗୁରୁ ଗ୍ରାମ ମୁଣ୍ଡରେ ହତ୍ୟା କରିଥିଲେ ଏବଂ ଘଟଣାସ୍ଥଳରେ ଏକ ଚିଠି ଛାଡିଥିଲେ। ମାଓବାଦୀ ମାନେ ଚିଠିରେ ପୋଲିସ ଇନଫର୍ମର ଓ ଗଞ୍ଜେଇ ବ୍ୟବସାୟ କରିବା ଏବଂ ଆଦିବାସୀଙ୍କୁ ହଇରାଣ କରୁଥିବାରୁ ମାଓବାଦୀମାନେ ହତ୍ୟା କରିଥିବାର ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ...

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ...

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ...

ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ...

ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା...

ଆହାର ଉପରେ ପାହାର ଦେଲା ଅଦିନିଆ ବର୍ଷା, କ୍ଷେତରେ ଜଳମଗ୍ନ ହୋଇ ପଡ଼ିଥିବା ପାଚିଲା ଧାନର ସମୀକ୍ଷା କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨୨।୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି। କଟା ହୋଇଥିବା ଧାନ ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ...

ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri