ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି ରାସ୍ତାରେ ଫିଙ୍ଗିଦେଲେ ପଡ଼ୋଶୀ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ କେନ୍ଦୁଡିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ଜନୈକ ଅଭିଯୁକ୍ତ ଏକ କୁରାଢ଼ୀରେ ମହିଳାଙ୍କୁ ହତ୍ୟା କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବାବୁଲି ମହାକୁଡ(୩୭)। ଖବରପାଇ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ରକ୍ତ ନମୁନା ସଂଗ୍ରହ କରୁଛି।

ସୂଚନାଯୋଗ୍ୟ, ଗୁରୁବାର ପୂର୍ବାହ୍ନରେ ଗୌରୀ ବେହେରା (୬୭) ରାସ୍ତାରେ ଯାଉଥିବା ସମୟରେ ବାବୁଲି ଏକ କୁରାଢ଼ୀରେ ଆକ୍ରମଣ କରି ତାଙ୍କ ମୁଣ୍ଡରୁ ଗଣ୍ଡିକୁ ଅଲଗା କରିଦେଇ ରାସ୍ତାରେ ଫିଙ୍ଗିଦେଇଥିଲେ। ଏହା ଦେଖି ଗାଁ ଲୋକେ ବାବୁଲିଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ବାବୁଲିଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଜବତ, ହାତରେ ରହିଛି ଗୀତା ନାମରେ ଟାଟୁ

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଟଣ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ମାଙ୍କଡା ନଦୀରୁ ଆଜି ଜଣେ ଅଜଣା ମହିଳାଙ୍କ ମୃତଦେହ...

ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ...

ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ନିଆଯିବ ଆକ୍ସନ: ମନ୍ତ୍ରୀ

ଝରିଗାଁ,୬ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକକୁ ଶନିବାର ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଝରିଗାଁ ବିଧାୟକ ନରସିଂହ ଭତ୍ରା ଗସ୍ତ...

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ...

ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ,...

ଟଙ୍କା ବ୍ୟାଗ୍‌ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍‌

ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ...

ଛାତ୍ରୀଙ୍କ ସାଇକେଲ ଚୋରି ବେଳେ ଧରିଲେ ଲୋକେ

ତିହିଡ଼ି,୬ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାର ସହ ବିଭିନ୍ନ ଅଞ୍ଚଳରୁ ସାଇକେଲ ଚୋରି କରୁଥିବା ଜଣେ ଯୁବକଙ୍କୁ ତିହିଡ଼ି ପୋଲିସ ଶନିବାର ଗିରଫ କରି...

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri