Categories: ରାଜ୍ୟ

ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟରେ ୨ ରୁ ୩ ଡିଗ୍ରୀ ହ୍ରାସ ପାଇବ ରାତିର ତାପମାତ୍ରା

ଭୁବନେଶ୍ୱର,୭।୧୧: ରାଜ୍ୟକୁ ଉତ୍ତର, ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ପାଇଁ ପାଗ ଅନୁକୂଳ ହୋଇଛି । ଫଳରେ ଆଜିଠାରୁ ରାତି ତାପମାତ୍ରା ହ୍ରାସ ପାଇବ ଏବଂ ଆସନ୍ତା ୨ ରୁ ୩ଦିନ ମଧ୍ୟରେ ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଦେଶର ମଧ୍ୟ ଭାଗରେ ଏକ ଗୁରୁଚାପ ବଳୟ ସକ୍ରିୟ ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ -ଥଣ୍ଡା ବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆଗାମୀ ୨ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ରେ ୨ ରୁ ୩ ହ୍ରାସ ଘଟିବାରେ ସମ୍ଭାବନା ରହିଛି। ବର୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୪ ଡ଼ିଗ୍ରୀ ଅଧିକ ରହିଛି।

ଅପର ପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Share