ବସ୍ତିରୁ ବଢୁଛି ସଂଖ୍ୟା, ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜଧାନୀରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୫ଦିନ ଲଗାତର ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ଉପରେ ଥିବାବେଳେ ଦୁଇଥର ୨୦୦ ଅତିକ୍ରମ କରିଛି। କେବଳ ଜୁଲାଇରେ ଏଯାବତ୍‌ ୨୦୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୫୬ ସୁସ୍ଥ ହୋଇଛନ୍ତି। ଏଥିସହ ୯ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ୧୨୦୯ ସକ୍ରିୟ ସଂକ୍ରମିତ ରହିଛନ୍ତି। ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୩୬୫ରେ ପହଞ୍ଚତ୍ଲାଣି। ଯାହାକି ଏବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ତ୍ତୃପକ୍ଷଙ୍କ ନିଦ ହଜାଇ ଦେଇଛି। ସଙ୍ଗରୋଧରୁ ପଜିଟିଭ୍‌ଙ୍କ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ସେହି ଅନୁପାତରେ ବୃଦ୍ଧି ପାଉଛି। ଏହାକୁ ଲକ୍ଷ୍ୟ କରି ବିଏମ୍‌ସି ଜୁଲାଇ ୩୧ତାରିଖ ପରେ କିଛି ନୂଆ ରଣନୀତି ଆପଣାଇବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ମୂତାବକ, ଜୁଲାଇ ୩୧ପର୍ଯ୍ୟନ୍ତ ବିଏମ୍‌ସି ତାର ବିଭିନ୍ନ ଓ୍ବାର୍ଡରେ ପରୀକ୍ଷା ସଂଖ୍ୟା ଦୈନିକ ୧୪ଶହ କରିବ ବୋଲି ସ୍ଥିର କରିଛି। ଜୁଲାଇ ୩୧ପରେ ଅନ୍‌ଲକ୍‌-୩ରେ ସହରର ଅର୍ଥନୈତିକ ଗାଡ଼ି ଗଡ଼ାଇବା ସହ କିପରି ଅଧିକ ସଂଖ୍ୟକ ଶଯ୍ୟା ଓ କୋଭିଡ୍‌ କେୟାର ହୋମ୍‌ର ବ୍ୟବସ୍ଥା କରିହେବ ସେଥିପ୍ରତି ଗୁରୁତ୍ୱ ଦେବ। ବିଏମ୍‌ସି ଦ୍ୱାରା ଏଯାବତ୍‌ ଯେଉଁ ରଣକୌଶଳ ଆପଣା ଯାଇଛି, ତାହା କାମ କରୁଛି। କେବଳ ଜନସାଧାରଣଙ୍କର ସହଯୋଗ ଆବଶ୍ୟକ ବୋଲି ବିଏମ୍‌ସିର ଜଣେ ଅଧିକାରୀ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ କ୍ରମଶଃ ସଙ୍ଗିନ ହେବାରେ ଲାଗିଛି। ସୋମବାର ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମଙ୍ଗଳବାର ଆକ୍ରାନ୍ତଙ୍କ ସଂଖ୍ୟା ୨୧୫ରେ ପହଞ୍ଚତ୍ଛି। ଏଥିରୁ ୧୫୦ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୬୫ଜଣ ସ୍ଥାନୀୟ ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି। ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ ସର୍ବାଧିକ ୧୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୮ ଜଣ ମହିଳାଥିବାବେଳେ ୧୧ ପୁରୁଷ ଚିହ୍ନଟ ହୋଇଛନ୍ତି। ସେମାନଙ୍କର ବୟସ ୨୪ରୁ ୭୦ ବର୍ଷ ମଧ୍ୟରେ ରହିଛି। ସେହିପରି ଏକ ଘରୋଇ ହସ୍ପିଟାଲରୁ ଜଣେ ୩୧ ବର୍ଷୀୟ ମହିଳା କର୍ମଚାରୀଙ୍କ ସମେତ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ସାଲିଆ ସାହିରୁ ମଧ୍ୟ ଆଜି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଇଗିଣିଆରୁ ୧୦ ଜଣ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସମ୍ପୃକ୍ତ ଆକ୍ରାନ୍ତମାନେ ପୂର୍ବରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ମଙ୍ଗଳବାର ବିଏମ୍‌ସି ଦ୍ୱାରା ଦର୍ଶାଯାଇଥିବା ଭୁବନେଶ୍ୱରର କରୋନା ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri