ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୮୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ନୂଆପଡ଼ାରୁ ସର୍ବାଧିକ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯ ଏବଂ ପୁରୀରୁ ୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୩, ବାଲେଶ୍ୱର ୪, ବରଗଡ଼ ୨, ବଲାଙ୍ଗୀର ୧, କଟକ ୪, ଦେବଗଡ଼ ୨, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୫, ଝାରସୁଗୁଡ଼ା ୧, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୪, ଖୋର୍ଦ୍ଧା ୧, କୋରାପୁଟ ୧, ମାଲକାନଗିରି ୧, ମୟୂରଭଞ୍ଜ ୩ ଏବଂ ସମ୍ବଲପୁରରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪, ୮୫୦ରେ ପହଞ୍ଚିଥିବା ବେଳେ ୩,୩୧,୬୬୭ ଜଣ ସୁସ୍ଥ ହୋଇଛନ୍ତି। ୧୨୨୪ ଜଣ ଚିକିତ୍ସିତ ହେଉଛନ୍ତି।

Share