Categories: ଜାତୀୟ

୯ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତରେ ସ୍ଥିତି ଅଣାୟତ୍ତ ହେବା ଆଶଙ୍କା

ନୂଆଦିଲ୍ଲୀ, ୧୪।୭: ଭାରତରେ କରୋନା ଧୀରେଧୀରେ ଅଣାୟତ୍ତ ହେଉଥିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୭୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାର ୪୯୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫୫୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସୁଦ୍ଧା ୫ ଲକ୍ଷ ୭୧ ହଜାର ୪୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩ ଲକ୍ଷ ୧୧ ହଜାର ୫୬୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଦେଶରେ ଇତି ମଧ୍ୟରେ ୨୩ ହଜାର ୭୨୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ପ୍ରତି ଦୁଇ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ସ୍ଥିତିରେ ସୁଧାର ନ ଆସିଲେ ଆଗାମୀ ଦିନରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଛୁଇଁବାର ଆଶଙ୍କ ଥିବା କୁହାଯାଉଛି।

Share