ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ । ଏହି ଗଣନା ପାଇଁ ୧୪ଟି ଟିମ୍ରେ ମୋଟ୍ ୭୦ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏହି ସମୟରେ ପର୍ଯ୍ୟଟକଙ୍କୁ ସାତକୋଶିଆ ଆସିବା ପାଇଁ ବାରଣ କରାଯାଇଥିବାବେଳେ ମହାନଦୀରେ ବୋଟିଂ କିମ୍ବା ମାଛ ଧରିବାକୁ ମଧ୍ୟ ମନା କରାଯାଇଛି।