ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୦୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୧୦, ବାଲେଶ୍ୱରରୁ ୨୪୭, ବରଗଡ଼ରୁ ୪୧, ଭଦ୍ରକରୁ ୧୯୨, ବଲାଙ୍ଗୀରରୁ ୩୭, ବୌଦ୍ଧରୁ ୪୭, କଟକରୁ ୨୭୨, ଦେବଗଡ଼ରୁ ୧୦, ଢେଙ୍କାନାଳରୁ ୪୨, ଗଜପତିରୁ ୨୪, ଗଞ୍ଜାମରୁ ୧୮, ଜଗତ୍‌ସିଂହପୁରରୁ ୧୦୩, ଯାଜପୁରରୁ ୨୬୦, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୫୧, କେନ୍ଦ୍ରାପଡ଼ାରୁ ୧୧୬, କେନ୍ଦୁଝରରୁ ୫୭ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୬୦, ମାଲକାନଗିରିରୁ ୫୬, ମୟୂରଭଞ୍ଜରୁ ୧୩୫, ନବରଙ୍ଗପୁରରୁ ୪୫ , ନୟାଗଡ଼ରୁ ୧୧୨, ନୂଆପଡ଼ାରୁ ୧୦, ପୁରୀରୁ ୨୧୯, ରାୟଗଡ଼ାରୁ ୬୩, ସମ୍ବଲପୁରରୁ ୨୮ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୫୮ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୦ ଅଛନ୍ତି।

Share