ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି

ସୁନ୍ଦରଗଡ଼, ୩୦।୯: ସୁନ୍ଦରଗଡ଼ ଜିଲାରେରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟାରେ ଚିହ୍ନଟ ଆଉ ୨୦ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୨ରେ ପହଞ୍ଚଛି । ସ୍କ୍ରବ ଟାଇଫସରେ ସୁନ୍ଦରଗଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଆଇସିୟୁରେ ଜଣେ ଗୁରୁତରଙ୍କ ଚିକିତ୍ସା ଚାଲିଛି । ଏଭଳି ସ୍ଥିତିରେ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଦିଆଯାଇଛି ।

Share