ବିଏସକେଓ୍ବାଇକୁ ନେଇ ବଡ଼ ଅପଡେଟ୍‌ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୮: BSKY କୁ ନେଇ ଆସିଲା ବଡ଼ ଅପଡେଟ୍‌। ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ବିଏସକେଓ୍ବାଇ କାର୍ଡ ଏବେ ଜାରି ରହିବ। ଏହାପରେ ସେପ୍ଟେମ୍ବର ୧୦ ତାରିଖ ପରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ । ସେ ଯାଏଁ ଜାରି ରହିବ ବିଏସକେୱାଇ । ବଜେଟ ଆପ୍ରୋପ୍ରିଏସନ ବିଲ ପାସ ହେଲା ପରେ ନୂଆ କାର୍ଡର ପ୍ରକ୍ରିୟା ଆରମ୍ଭ ହେବ। ଏହାସହ ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ ।

ବିଏସକେୱାଇ କାର୍ଡ ଏବେ ଚାଲୁ ରହିଛି । ନୂଆ ଯୋଜନା ଆସିଲା ଯାଏଁ ଏହା ଜାରି ରହିବ। ଏବେ ସବୁ ସରକାରୀ ଓ ଘରୋଇ ହସ୍ପିଟାଲ୍‌ରେ BSKY ଜାରି ରହିବ। ସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ ବିଲ ପାସ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ । ଏବେ ବିଏସକେୱାଇ ଯେମିତି ଚାଲିବା କଥା ସେମିତି ଚାଲିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।

Share