ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡକୁ ସ୍କଚ ପୁରସ୍କାର, ଶୁଭେଚ୍ଛା ଜଣାଇଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର,୧୭ା୭(ଅସମାପିକା ସାହୁ): ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡକୁ ସ୍କଚ-୨୦୨୩ ପୁରସ୍କାର ମିଳିଛି। କୃଷିରେ ରୌପ୍ୟ ବର୍ଗରେ ଇ-ନାମ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଓଡ଼ିଶା ସରକାରଙ୍କ ସମବାୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ଥିବା ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡ (ଓଏସ୍‌ଏଏମ୍‌ ବୋର୍ଡ) ଆଗକୁ ବଢୁଛି। ରାଜ୍ୟର ସମସ୍ତ ୬୬ ନିୟନ୍ତ୍ରିତ ବଜାର କମିଟି ସଫଳତାର ସହ ଇ-ନାମ ପ୍ଲାଟଫର୍ମରେ ସ୍ଥାନିତ ହୋଇଛି।

ଉଲ୍ଲେଖଯୋଗ୍ୟ ଯେ, ଇ-ନାମ ହେଉଛି ଏକ ପାନ୍‌ ଇଣ୍ଡିଆ ଅନ୍‌ଲାଇନ ପ୍ଲାଟଫର୍ମ। ଯାହା କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ବିକଶିତ ହୋଇଛି ଏବଂ ଏହା କୃଷିଜାତ ଦ୍ରବ୍ୟର ସମସ୍ତ କ୍ରେତା ଏବଂ ବିକ୍ରେତାଙ୍କୁ ଏପିଏମ୍‌ସି (କୃଷି ଉତ୍ପାଦନ ବିପ୍ପଣନ କମିଟି)/ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ମାଧ୍ୟମରେ ଯୋଡିବା ଲକ୍ଷ୍ୟରେ ଅଛ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ୫-ଟି ଶାସନ ପଦ୍ଧତିରେ ଓଡ଼ିଶା ସରକାର ଏକ ନୂତନ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ପ୍ରତିବଦ୍ଧତାର ସହ ବିକାଶର ଶୀର୍ଷତା ହାସଲ କରୁଥିବା ବେଳେ ସମବାୟ କ୍ଷେତ୍ରରେ ମଧ୍ୟ ଓଡ଼ିଶାର ସମବାୟ ସ୍ଥାପତ୍ୟକୁ ଲୋକଙ୍କ ଆବଶ୍ୟକତା ସହିତ ସମତୁଲ କରି ବିକାଶ ଆଣିବା ପାଇଁ ଉଦ୍ୟମ ଜାରି ରଖିଛି। ଏହାକୁ ଅନୁସରଣ କରି ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ନେତୃତ୍ୱରେ ରାଜ୍ୟର ସମସ୍ତ ୬୬ଟି ଆର୍‌.ଏମ.ସିକୁ ଇ-ନାମ ପୋର୍ଟାଲରେ ସଫଳତାର ସହ ଅପ୍‌ଲୋଡିଂ କରାଯାଇଛି। ଓଡ଼ିଶା ଦେଶର ଅନେକ କୃଷିଭିତ୍ତିକ ଉନ୍ନତ ରାଜ୍ୟକୁ ବହୁ ପଛରେ ପକାଇଛି ଏବଂ ସମସ୍ତ ଆର୍‌ଏମ୍‌ସି ଅଧୀନରେ ଏହାର କୃଷି ବଜାରରେ ୧୦୦% ଅନନ୍ୟ ସଫଳତା ହାସଲ କରିଛି। ୨୦୧୭ରେ ଇ-ନାମ ପ୍ଲାଟ୍‌ଫର୍ମରେ କେବଳ ୧୦ଟି ଆର୍‌ଏମ୍‌ସି ଥିବାବେଳେ ଓଡ଼ିଶା ଦେଶର ଅନେକ କୃଷିଭିତ୍ତିକ ଉନ୍ନତ ରାଜ୍ୟକୁ ବହୁ ପଛରେ ପକାଇଛି ଏବଂ ସମସ୍ତ ଆର୍‌ଏମ୍‌ସି ଅଧୀନରେ ଏହାର କୃଷି ବଜାରରେ ୧୦୦% ଅନନ୍ୟ ସଫଳତା ହାସଲ କରିଛି । ଗୋଟିଏ ପାଦ ଆଗକୁ ବଢ଼ି ବିଭାଗ ୪୦୧ ସଂଖ୍ୟକ କୃଷକ ଉତ୍ପାଦକ ସଂଗଠନ (ଏଫପିଓ) କୁ କୃଷି-ବଜାର ପ୍ଲାଟ୍‌ଫର୍ମରେ ସାମିଲ କରିଛି। ଏହି ଏଫ୍‌ପିଓର ସଦସ୍ୟ ଭାବରେ ପ୍ରାୟ ୪୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଡବ୍ଲୁଏସଏଚଜି) ବର୍ତ୍ତମାନ ସେମାନଙ୍କର ଉତ୍ପାଦର ବିକ୍ରିବଟା ଏହି ଅନ୍‌ଲାଇନ୍‌ ପ୍ଲାଟଫର୍ମ ମାଧ୍ୟମରେ କରି ଲାଭ ପାଇ ପାରିବେ। ଆଣ୍ଡ୍ରଏଡ ମୋବାଇଲ ମାଧ୍ୟମରେ କାରବାରକୁ ସକ୍ଷମ କରିବାକୁ ସୁବିଧାଗୁଡ଼ିକ ବର୍ତ୍ତମାନ ବିକଶିତ ହୋଇଛି। ଆଣ୍ଡ୍ର୍ରଏଡ ଫୋନ୍‌ ଥିବା ଜଣେ କୃଷକ ବର୍ତ୍ତମାନ ଦେଶରେ କାର୍ଯ୍ୟ କରୁଥିବା କୃଷି ସାମଗ୍ରୀ ବଜାରକୁ ପ୍ରବେଶ କରାଇପାରିବେ ଏବଂ ନିଜ ଉତ୍ପାଦକୁ ନିଜ ପସନ୍ଦର ମୂଲ୍ୟରେ ନିଜ ଆଙ୍ଗୁଠି ଟିପ ବ୍ୟବହାର କରି ବିକ୍ରି କରିପାରିବେ
ସମବାୟ ବିଭାଗ ଏହି ପ୍ଲାଟଫର୍ମକୁ ପରବର୍ତ୍ତୀ ପର୍ଯ୍ୟାୟରେ ଆହୁରି ଆଗକୁ ନେବା ପାଇଁ ଏକ ଲକ୍ଷ୍ୟ ସ୍ଥିର କରିଛି। ପଞ୍ଚାୟତସ୍ତରରେ ଥିବା ଗାଁ ଗହଳିର ହାଟ ହେଉଛି ବିଭାଗର ପରବର୍ତ୍ତୀ ଲକ୍ଷ୍ୟ। ରାଜ୍ୟରେ କାର୍ଯ୍ୟ କରୁଥିବା ଏହି ସମସ୍ତ କ୍ଷୁଦ୍ର ଏବଂ ମଧ୍ୟମ ବଜାରକୁ ଏହି ଇଲେକ୍‌ଟ୍ରୋନିକ୍‌ ପ୍ଲାଟଫର୍ମ ସହିତ ଯୋଡ଼ିବା ଏବଂ ଦୂର ଦୂରାନ୍ତ ଅଞ୍ଚଳରେ ରହୁଥିବା କ୍ଷୁଦ୍ର / ନାମମାତ୍ର ଚାଷୀମାନେ କିଭଳି ସେମାନଙ୍କ ଉତ୍ପାଦିତ କୃଷିଜାତ ଦ୍ରବ୍ୟକୁ ଅନ୍‌ଲାଇନ ବଜାର ବ୍ୟବସ୍ଥାରେ କାରବାର କରି ଲାଭ ଉଠାଇ ପାରିବେ ସେଥିପାଇଁ ଯୋଜନା କରାଯାଇ ଟିମ୍‌-ସମବାୟ ଉଦ୍ୟମ ଜାରି ରଖିଛି। ଏହି ପୁରସ୍କାର ପାଇଁ ମନ୍ତ୍ରୀ ଶ୍ରୀ ନାୟକ ଓଏସ୍‌ଏମ୍‌ ବୋର୍ଡ ଓ ଟିମ୍‌ କୋ- ପରେଶନକୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ରାଜ୍ୟର କୃଷକମାନଙ୍କ ହିତ ପାଇଁ ୫-ଟି ଶାସନାଦେଶ ଅନୁୟାୟୀ ସ୍ବଚ୍ଛତା ବଜାୟ ରଖି ଏହି ଟିମ୍‌ ସମାନ ଉତ୍ସାହର ସହ କାର୍ଯ୍ୟ ଜାରି ରଖିବ ବୋଲି ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri