ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ ଶୌଚ ହେବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ବିଲରୁ କାମସାରି ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ପତ୍ତା ପାଇ ନ ଥିଲେ।

ପରେ ସ୍ଥାନୀୟ ଜଣେ ମହିଳା ଉକ୍ତ ବୃଦ୍ଧ ଜଣଙ୍କ ପୋଖରୀ ତୁଠରେ ବସିଥିବାର ଦେଖିଥିବାର ସୂଚନା ଦେବା ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ପୋଖରୀରେ ଖୋଜା ଖୋଜି ଆରମ୍ଭ କରିଥିଲେ। ଖୋଜା ଖୋଜି ସମୟରେ ପୋଖରୀ ମଧ୍ୟରୁ ନିଖୋଜ ଥିବା ବୃଦ୍ଧଙ୍କର ଲୁଙ୍ଗି ଓ ଗାମୁଛା ମିଳିବା ପରେ ଉକ୍ତ ବୃଦ୍ଧ ଜଣଙ୍କ ପୋଖରୀରେ ବୁଡି ଯାଇଥିବା ସନ୍ଦେହକୁ ଅଧିକ ଦୃଢ଼ କରିଥିଲା।

ଆଜି ସକାଳୁ ପୁନଶ୍ଚ ଅଗ୍ନିଶମ ବାହିନୀ ତରଫରୁ ରଶ୍ମି ରଂଜନ ଲେଙ୍କା,ସତ୍ୟବ୍ରତ ନାୟକ,ଭଗବାନ ନାୟକ,ତପନ କୁମାର ମଲ୍ଲିକ,ଆଦିକନ୍ଦ ପରିଡା ଓ ଚନ୍ଦନ ମଲ୍ଲିକ ଖୋଜା ଖୋଜି କରିବା ପରେ ନିଖୋଜ ଥିବା ଅବନୀ ଙ୍କ ମୃତ ଦେହକୁ ପୋଖରୀ ମଧ୍ୟ ରୁ ଉଦ୍ଧାର କରିଥିଲେ। ଖବର ପାଇ ବରୀ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହିତ ୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଛେଦ ନିମନ୍ତେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri