ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ

ଚିତ୍ରଡ଼ା,୧ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମ ଦେହୁରୀ। ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ଅପରାହ୍ନ ୫ଟାରେ ରାମ ନିକଟସ୍ଥ ପାଞ୍ଚଭାୟା ହାଟରୁ ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ବାଟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେବାରୁ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ବେତନଟୀ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ରେଞ୍ଜ ଅଫିସର ଘନଶ୍ୟାମ ସିଂଙ୍କ ସହ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।

Share