ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର

ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା ଏକୁଟିଆ ଖଟ ଉପରେ ଶୋଇଥିଲାବେଳେ ଏକ ପାଗଳା କୁକୁର କାନ୍ଥ ଡେଇଁ ଘରେ ପଶି ବୃଦ୍ଧାଙ୍କୁ କାମୁଡ଼ି ଝୁଣି ମାରିଦେଇଛି। ମୃତା ବୃଦ୍ଧା ଜଣଙ୍କ ହେଲେ ଶ୍ରୀଧର ସାହୁଙ୍କୁ ସ୍ତ୍ରୀ ବାସନ୍ତୀ (୬୫ )।

ସୂଚନାନୁଯାୟୀ, କାର୍ତ୍ତିକ ମାସରେ ପଞ୍ଚକ ବ୍ରତ ଲାଗି ପରିବାର ଲୋକେ ଗ୍ରାମରେ ଥିବା ଚଣ୍ଡୀ ମନ୍ଦିରକୁ ବ୍ରତ ପାଳନ ନିମନ୍ତେ ଯାଇଥିବାବେଳେ ଏକ ପାଗଳ କୁକୁର ଘରେ ପଶି ବାସନ୍ତୀଙ୍କୁ କାମୁଡ଼ିବାରୁ ସେ ଚିତ୍କାର କରିଥିଲେ। ପାଖ ପଡ଼ୋଶୀ ଦୌଡ଼ି ଆସି କୁକୁରକୁ ଛଡ଼ାଇବାକୁ ଠେଙ୍ଗାରେ ଆଘାତ କରିଥିଲେ ମଧ୍ୟ କୁକୁରଟି ତାଙ୍କ ଶରୀର ବିଭିନ୍ନ ସ୍ଥାନରେ ଝୁଣି ଖାଇଥିଲା। ଘର ଭିତରେ ବାସନ୍ତୀଙ୍କ ଶରୀର ରକ୍ତ ରଞ୍ଜିତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ପାଗଳା କୁକୁରକୁ ଠେଙ୍ଗାରେ ପିଟିପିଟି ମାରିଥିବାର ସୂଚନା ମିଳିଛି। ଭୋଗରାଇର ଗାଁ, ହାଟ ବଜାର, ଛକ ଗୁଡ଼ିକରେ ପଲପଲ କୁକୁର ବାଟୋଇଙ୍କୁ କାମୁଡ଼ି କ୍ଷତାକ୍ତ କରୁଥିବାରୁ ଜଳେଶ୍ୱରପୁର ଓ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡ଼ା ରୋଗୀଙ୍କ ଭିଡ଼ ଲାଗିରହିଛି। ଏଭଳି ସ୍ଥିତିରେ ବୁଲା କୁକୁରଙ୍କୁ ସାବାଡ୍‌ ନିମନ୍ତେ ସଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବାରେ ବ୍ୟସ୍ତ ଲୋକେ

ଖଜୁରୀପଡ଼ା, ୨୧।୩ (ବିଦୁର ବେହେରା): ଆସିଛି ଫଗୁଣ ମାସ ସମସ୍ତଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖାଯାଉଛି। ଏହି ମାସରେ ମହୁଲ ଗଛରେ ମହୁଲ ଫୁଲ ହୋଇ...

ଟାଟା ଷ୍ଟିଲ୍‌ରେ ଅଘଟଣ: ୮ ଶ୍ରମିକ ଆହତ

ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି।...

ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ...

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ...

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଟିକା: ଏପ୍ରିଲ ୨ରେ ପ୍ରବେଶ ଉତ୍ସବ

ଝରିଗାଁ,୨୧।୩(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଶିଶୁ ବାଲ ବାଟିକା । ଏପ୍ରିଲ ୨ରେ ପ୍ରବେଶ ଉତ୍ସବ ଏବଂ ଖଡି ଛୁଆଁ ।...

SC, ST ଇଞ୍ଜିନିୟରଙ୍କ ଅଣସଂରକ୍ଷିତ ପଦବୀରେ ପଦୋନ୍ନତି ସ୍ଥଗିତ

କଟକ,୨୧ା୩: ସାଧାରଣ ବର୍ଗର ଇଞ୍ଜିନିୟରମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରି, ଓଡ଼ିଶା ହାଇକୋର୍ଟ ସହକାରୀ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ପଦବୀରେ ପଦୋନ୍ନତି ପ୍ରଦାନ ପାଇଁ ପୂର୍ତ୍ତ...

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି...

ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ

ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image