ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀକୁ ଖସିଛି। କୋରାପୁଟ ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍ସିୟସ ଥିବା ବେଳେ ୧୧ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍ସିୟସ ତଳେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ କଳାହାଣ୍ଡି, ଗଜପତି, ରାୟଗଡ଼ା, କନ୍ଧମାଳ ଆଦି ଜିଲାରେ ହାଲୁକା କୁହୁଡି ହେବାର ସମ୍ଭାବନା ରହିଛି।