ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା

ବରଗଡ଼ ଅଫିସ,୨୯।୧: ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଢେଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ ଚାଷୀଙ୍କୁ ମିଳିଥିବା ଟୋକନ ଅବଧି ମଧ୍ୟ ସରିବାକୁ ବସିଛି। ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ଭାଜପା ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଛି। ଦଳର ଜିଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଚାଲିଥିବା ଏହି ଧାରଣାରେ ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାସିସ ଆଚାର୍ଯ୍ୟ, ରବି ନାରାୟଣ ଦାଶ, ସୁବ୍ରତ ହୋତା, ଅବନୀକାନ୍ତ ପଣ୍ଡାଙ୍କ ସମେତ ବହୁ ଦଳୀୟ ନେତା, କର୍ମୀ ଏବଂ ଚାଷୀ ଧାରଣାରେ ସାମିଲ ଅଛନ୍ତି।

Share