ସେବାଶ୍ରମରେ ତାଲା ପକାଇ ଫାଟକ ସାମ୍ନାରେ ଧାରଣାରେ ବସିଲେ ଅଭିଭାବକ, ଦାବି ପୂରଣ ନ ହେଲେ…

ଦାରିଙ୍ଗବାଡ଼ି,୨୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ସରକାରୀ ସେବାଶ୍ରମକୁ ତାଲା ପକାଇ ବିକ୍ଷୋଭ କରୁଛନ୍ତି ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ। ଶିକ୍ଷକ ଅଭାବକୁ ପୁରଣ କରିବା ସେମାନଙ୍କ ମୁଖ୍ୟ ଦାବି ହୋଇଥିବା ବେଳେ ବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଏହି ଆନ୍ଦୋଳନ କରାଯାଇଥିବା କୁହାଯାଇଛି। ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ ବିଦ୍ୟାଳୟରେ ୮ ଜଣ ଶିକ୍ଷୟିତ୍ରୀ/ଶିକ୍ଷକ ଆବଶ୍ୟକସ୍ଥଳେ ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୨ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଥିଲେ। ଏନେଇ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କ ସମେତ ଜିଲାପାଳ, ଜିଲା ମଙ୍ଗଳ ଅଧିକାରୀ, ସ୍ଥାନୀୟ ବିଡିଓଙ୍କ ନିକଟରେ ବାରମ୍ବାର ଅଭିଯୋଗ କରିବା ପରେ ଏବେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ତାଙ୍କୁ ମିଶାଇ ମାତ୍ର ୩ ଜଣ ଶିକ୍ଷକ ପିଲାଙ୍କୁ ପାଠ ପଢ଼ାଇବାକୁ ରହିଥିବା ବେଳେ ପ୍ରଧାନଶିକ୍ଷକଙ୍କୁ ଅନେକ ସରକାରୀ କାର୍ଯ୍ୟ ବିଭିନ୍ନ ତାଲିମ ଆଦିରେ ବ୍ୟସ୍ତ ରହୁଥିବା ବେଳେ ମାତ୍ର ୨ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ୮ ଟା ଶ୍ରେଣୀକୁ ପାଠ ପଢ଼ାଇବା ସମ୍ଭବ ହେଉନାହିଁ। ୨ଟି ଶ୍ରେଣୀରେ ପାଠ ପଢ଼ାଉଥିବା ବେଳେ ଆଉ ୬ଟି ଶ୍ରେଣୀର ଛାତ୍ରୀଛାତ୍ର ବସିବସି ଆସୁଛନ୍ତି ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତ। ଜିଲା ପ୍ରଶାସନ ଚଳିତ ମାସ ୧୫ ସୁଦ୍ଧା ସମସ୍ତ ଶିକ୍ଷକ ପଦବୀ ପୁରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏବେ ସୁଦ୍ଧା ଆହୁରି ୫ ଜଣ ଶିକ୍ଷୟିତ୍ରୀ/ଶିକ୍ଷକ ପଦବୀ ପୂରଣ କରାଯିବା ପାଇଁ ଆନ୍ଦୋଳନକାରୀମାନେ ଦାବି କରି ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ବାହାରେ ଛାତ୍ରୀଛାତ୍ରଙ୍କୁ ଅଭିଭାବକମାନେ ପାଠ ପଢ଼ାଉଛନ୍ତି। ତେବେ ସେବାଶ୍ରମର ହଷ୍ଟେଲ ଭିତରେ ରହିଥିବା ଛାତ୍ରୀଛାତ୍ର ଭିତରେ ଶ୍ରେଣୀ କୋଠାରି ଭିତରେ ପାଠ ପଢ଼ୁଥିବା ବେଳେ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ବାହାରେ ପାଲ ତଳେ ଝିପିଝିପି ବର୍ଷାରେ ପାଠ ପଢୁଛନ୍ତି। ତାଙ୍କୁ ଗାଁର ଶିକ୍ଷିତ ଯୁବକ ସଞ୍ଜୀପ ବେହେରା ପଢ଼ାଉଛନ୍ତି। ଏହି ଆନ୍ଦୋଳନରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଲୋକନାଥ ପ୍ରଧାନ, ଅନ୍ତରଙ୍ଗ ଯୁବ ସଂଘର ଜିଲା ସଭାପତି ଦିଲୀପ କୁମାର ସାହୁ, ନୀଳାମ୍ବର ନାୟକ, ସୁବେଦାର ପ୍ରଧାନ, ସୁନୀଲ ଦିଗାଲ, ବିଷ୍ଣୁ ନାୟକ, ସୁଜାତା ସାହୁ, ଅନିତା ପ୍ରଧାନ, ସମିତା ନାୟକ, ଲିପିକା ପ୍ରଧାନ, ସୁନିତା ପ୍ରଧାନ ଧରଣୀ ନାୟକ, ମାରେନି ବଳିୟାରସିଂ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri