ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଆହତ ଯାତ୍ରୀମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଇଛନ୍ତି। ଖବର ଲେଖା ହେବା ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରିରହିଛି।

Share