ଅଜଗରକୁ ମାରି ଘୋଷାଡ଼ି ଘୋଷାଡ଼ି ନେଲେ ଲୋକେ, ଆଉ ତା’ ପରେ…

ବାରିପଦା,୧୪ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ବ୍ଲକ ଅଞ୍ଚଳରେ ଏକ ଅଜଗର ସାପକୁ ଲୋକେ ମାରିଦେଇଛନ୍ତି । ବିଲୁପ୍ତପ୍ରାୟ ପ୍ରାଣୀ-୧ (ସିଡ୍ୟୁଲ୍ଡ-୧) ପ୍ରଜାତିର ଅଜଗରକୁ ମାରି କିଛି ଲୋକ ରାସ୍ତାରେ ଘୋଷାଡ଼ି ଘୋଷାଡ଼ି ନେଉଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରଲ ହେଉଛି। ଅଜଗରଟିର ଲମ୍ବ ୧୦ଫୁଟରୁ ଊଦ୍ଧର୍‌ବ ହୋଇଥିବା ଅନୁମାନ କରାଯାଉଛି। ତେବେ ଅଜଗରକୁ ମାରି ଘୋଷାଡ଼ି ନେଉଥିବା ବ୍ୟକ୍ତିଙ୍କ ହାତରେ ଏକ ମାରଣାସ୍ତ୍ର ରହିଛି। ଅନ୍ୟମାନେ ମୃତ ସାପ ଉପରେ ଚଢ଼ି ମାଡ଼ି ଯାଉଥିବା ଦେଖାଯାଇଛି। ଲୋକମାନେ ଅଜଗରକୁ କାହିଁକି ମାରିଲେ ଓ ତାହାକୁ ନେଇ କ’ଣ କଲେ ସେ ନେଇ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରୁଛନ୍ତି ବୋଲି ବନଖଣ୍ଡ ଅଧିକାରୀ ଏ. ଉମା ମହେଶ କହିଛନ୍ତି। ଉକ୍ତ ଘଟଣାରେ ଜଡ଼ିତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।
ବିଲୁପ୍ତପ୍ରାୟ ବନପ୍ରାଣୀ ପ୍ରଜାତି-୧ ବର୍ଗରେ ଆସୁଥିବା ଏହି ସାପକୁ ଏଭଳି ମାରିବା ଧର୍ତ୍ତବ୍ୟ ଅପରାଧ ହୋଇଥିଲେ ହେଁ, ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାର ଜନସାଧାରଣ ସଚେତନ ନୁହନ୍ତି। ତେବେ ମୟୂରଭଞ୍ଜ ଜିଲାରେ ବିଲୁପ୍ତପ୍ରାୟ ବନ୍ୟପ୍ରାଣୀଙ୍କୁ ହତ୍ୟା ଘଟଣା ବାରମ୍ବାର ଘଟୁଥିବା ବେଳେ ଏନେଇ ବ୍ୟାପକ ଜନସଚେତନତା ଜରୁରୀ ବୋଲି ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri