Posted inରାଜ୍ୟ

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପ୍ରକାଶ କରିଛନ୍ତି।

ଓଡ଼ିଶା ଗସ୍ତରେ ଆସିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡଠାରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଶନିବାର ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ବିନା କାଗଜରେ ଓଡିଶାର ୩୦ ଜିଲା ଏବଂ କଣ୍ଟାବାଞ୍ଝିର ୧୦ଟି ଗ୍ରାମର ନାମ କହି ପାରିବେ ବୋଲି ମୋଦି କହିଥିଲେ। ଏହାର ଜବାବରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି।

ନବୀନ ଏହା ମଧ୍ୟ କହିଛନ୍ତି ଯେ, ”ଶାସ୍ତ୍ରୀୟ ଭାଷା ମାନ୍ୟତା ସତ୍ତ୍ବେ ପ୍ରଧାନମନ୍ତ୍ରୀ ଓଡ଼ିଆ ଭାଷାକୁ ଭୁଲିଗଲେ। ଓଡ଼ିଶାରେ ବହୁତ ବରପୁତ୍ର ଅଛନ୍ତି, କେହି ଜଣେ ଭାରତରତ୍ନ ପାଇଁ ଠିକ୍ ଲାଗିଲେନି। ‘ଭାରତରତ୍ନ ଦେଲା ବେଳେ ବିଜୁ ପଟ୍ଟନାୟକଙ୍କୁ ମଧ୍ୟ ଭୁଲିଗଲେ।”

ଦରବୃଦ୍ଧି , ୨ କୋଟି ନିଯୁକ୍ତି ପ୍ରତିଶ୍ରୁତି ଓଡ଼ିଶାବାସୀ ମନେ ରଖିଛନ୍ତି। ତେଣୁ ଜୁନ ୧୦ ନୁହେଁ, ଆଉ ୧୦ ବର୍ଷରେ ବି ବିଜେପି ଓଡ଼ିଶା ଲୋକଙ୍କ ହୃଦୟ ଜିତି ପାରିବନି। ରାଜ୍ୟବାସୀଙ୍କ ଭଲ ପାଇବା ଯୋଗୁଁ ଷଷ୍ଠଥର ବିଜେଡି ସରକାର କରିବ ବୋଲି ସେ କହିଛନ୍ତି।

ସେହିଭଳି ”ଚାଷୀଙ୍କ ପାଇଁ MSP ଦୁଇଗୁଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ, ତାକୁ ଭୁଲିଗଲେ। କୋଷ୍ଟାଲ୍ ହାଇୱେ କରିବାର ଥିଲା, ତାହା ବି ଭୁଲି ଯାଇଛନ୍ତି। ଏହା ସହିତ କୋଇଲା ରୟାଲଟି ବୃଦ୍ଧି ୧୦ ବର୍ଷ ହେଲା ଭୁଲି ଗଲେ। ତେବେ କେବଳ ନିର୍ବାଚନ ସମୟରେ ଓଡ଼ିଶାକୁ ମନେ ପକାଇଲେ କିଛି ଲାଭ ହେବନି ଏବଂ ୨୦୧୪ ଓ ୨୦୧୯ରେ ନିଜେ ଦେଇଥିବା ପ୍ରତିଶ୍ରୁତି ମନେ ରଖିଛନ୍ତି କି” ବୋଲି ପ୍ରଶ୍ନ କରିଛନ୍ତି ନବୀନ ?


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri