ବିବାହ କାର୍ଯ୍ୟରେ ଫଟୋଶୁଟ୍‌ କରିବାକୁ ଆସି ଆତ୍ମହତ୍ୟା କଲେ ଫଟୋଗ୍ରାଫର

ରାୟଗଡ଼ା,୧୦ା୭(ଆଶିଷ ରଞ୍ଜନ ପଣ୍ଡା): ବିବାହ କାର୍ଯ୍ୟରେ ଫଟୋଶୁଟ୍‌ କରିବାକୁ ଆସି ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଯୁବକ ଜଣକ ହେଉଛନ୍ତି ଭୁବନେଶ୍ୱରର ଡୁମଡୁମା ଅଞ୍ଚଳର ଦେବେନ୍ଦ୍ର ଦାସ(୨୩)।
ଘଟଣାରୁ ପ୍ରକାଶ ଯେ, ଦେବେନ୍ଦ୍ର ବୁଧବାର ଭୋର୍‌ରୁ ହୀରାଖଣ୍ଡ ଟ୍ରେନ୍‌ରେ ରାୟଗଡ଼ାରେ ପହଞ୍ଚିଥିଲେ। ରାୟଗଡ଼ା ସହର ଗଜପତି ଛକ ହୋଟେଲ ସନ୍‌ରାଇଜ୍‌ରେ ରୁମ୍‌ ନମ୍ବର ୩୦୫ରେ ଅନ୍ୟ ଜଣଙ୍କ ସହିତ ରହିଥିଲେ। ଦେବେନ୍ଦ୍ର ପେସାରେ ଜଣେ ଫଟୋଗ୍ରାଫର ଏବଂ ରାୟଗଡ଼ାରେ ଏକ ବିବାହ କାର୍ଯ୍ୟରେ ଫଟୋଗ୍ରାଫର ଭାବେ କାମ ପାଇଁ ଆସିଥିଲେ। ତେବେ ସନ୍ଧ୍ୟାରେ ସେ ରହୁଥିବା ରୁମ୍‌ର ବାଥ୍‌ରୁମ୍‌ରେ ଲାଗିଥିବା ସାଓ୍ବାରରେ ଏକ ଟାଓ୍ବଲରେ ଝୁଲନ୍ତା ଅବସ୍ଥାରେ ତାଙ୍କ ସହ ରହୁଥିବା ଯୁବକ ଜଣକ ଦେଖିବାକୁ ପାଇଥିଲେ। ଏହା ଦେଖିବା ପରେ ସେ କର୍ତ୍ତୃପକ୍ଷଙ୍କୁ ସୂଚନା ଦେଇଥିଲେ। ଏନେଇ ହୋଟେଲ କର୍ତ୍ତୃପକ୍ଷ ପୋଲିସକୁ ସୂଚନା ଦେବା ପରେ ପୋଲିସ ଦେବେନ୍ଦ୍ରଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହିତ ଘଟଣାର ତଦନ୍ତ କରୁଥିବା ଆଇଆଇସି କେକେବିକେ କହଁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri