Posted inଖେଳ

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଖେଳାଳି

ଦୁବାଇ,୮।୯: ୟୁଏଇରେ ଖେଳାଯାଉଥିବା ଏସିଆ କପରେ ବୁଧବାର ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ରୋମାଞ୍ଜକର ମୁକାବିଲା ହୋଇଥିଲା। ଶେଷରେ ଏହି ମ୍ୟାଚ୍‌ରେ ବାଜି ମାରିନେଇଥିଲା ପାକିସ୍ତାନ। ପାକିସ୍ତାନ ମାତ୍ର ଗୋଟିଏ ଉଇକେଟରେ ଜିତିବାରେ ସଫଳ ହୋଇଥିଲା। ପ୍ରାୟ ଜିତିଥିବା ଖେଳକୁ ହାରିବା ପରେ ଆଫଗାନିସ୍ତାନ ଖେଳାଳିଙ୍କ ହୃଦୟ ଭାଙ୍ଗିଯାଇଥିଲା। ପଡ଼ିଆରେ ସେମାନେ କାନ୍ଦିବାକୁ ଲାଗିଥିଲେ।
ଆଫଗାନିସ୍ତାନର ୧୩୦ ରନ୍ର ବିଜୟ ଲକ୍ଷକୁ ପିଛା କରି ପାକିସ୍ତାନ ୧୯ ଓଭରରେ ୧୧୯ ରନରେ ୯ ଉଇକେଟ ହରାଇଥିଲା। ଜିତିବା ପାଇଁ ପାକିସ୍ତାନକୁ ଶେଷ ୬ ବଲରେ ୧୧ ରନ ଆବଶ୍ୟକ ଥିଲା। ଲାଗୁଥିଲା ଆଫଗାନିସ୍ତାନ ଏହି ମ୍ୟାଚକୁ କବଜା କରିବ। ମାତ୍ର ୨୦ ଓଭରର ପ୍ରଥମ ଦୁଇଟି ବଲରେ ନସିମ ଶାହା ଦୁଇଟି ଛକା ମାରି ପାକିସ୍ତାନକୁ ବିଜୟ ଦେଇଥିଲେ।
ନାସିମ ଶାହାଙ୍କ ଦ୍ୱିତୀୟ ଛକା ଦେଖିବା ପରେ ଆଫଗାନିସ୍ତାନର କ୍ରିକେଟରମାନେ ଅତ୍ୟନ୍ତ ନିରାଶ ହୋଇଥିଲେ। ଖେଳାଳିମାନେ ନିଜ କୋହ ଅଟକାଇ ପାରି ନ ଥିଲେ। ଅଧିକାଂଶ ଖେଳାଳି ପଡିଆରେ କାନ୍ଦିଥିଲେ। ଖେଳାଳିମାନେ ମଧ୍ୟ ପରସ୍ପରକୁ ଆଲିଙ୍ଗନ କରି ସେମାନଙ୍କର ଯନ୍ତ୍ରଣା ବାଣ୍ଟିବାକୁ ଚେଷ୍ଟା କରିଥିଲେ। ଆଫଗାନିସ୍ତାନ ଖେଳାଳିଙ୍କ କାନ୍ଦିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଏହି ମ୍ୟାଚରେ ଆଫଗାନିସ୍ତାନ ମଧ୍ୟ ଭାରତୀୟ ପ୍ରଶଂସକଙ୍କ ପୂର୍ଣ୍ଣ ସମର୍ଥନ ପାଇଥିଲା। ଯଦି ଆଫଗାନିସ୍ତାନ ପାକିସ୍ତାନକୁ ପରାସ୍ତ କରିବାରେ ସଫଳ ହୋଇଥାନ୍ତା, ତେବେ ଭାରତର ଫାଇନାଲରେ ପ୍ରବେଶ କରିବାର ସମ୍ଭାବନା ରହିଥାନ୍ତା। କିନ୍ତୁ ବର୍ତ୍ତମାନ ଶ୍ରୀଲଙ୍କା ପରେ ପାକିସ୍ତାନ ଦଳ ମଧ୍ୟ ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଭାରତ ସହିତ ଆଫଗାନିସ୍ତାନର ଦଳ ମଧ୍ୟ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି। ସେପ୍ଟେମ୍ବର ୧୧ରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri