ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ ନିର୍ମାଣ କରାଯାଇଥିବା ଗୋଟିଏ ପୋଲର ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର କରାଯାଇଥିବା ନେଇ ଅଭିଯୋଗ ହେବା ପରେ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଉକ୍ତ ପୋଲକୁ ଭାଙ୍ଗି ଦିଆଯାଇଛି।

ନୂଆଗାଁ ବ୍ଲକ ଶିମିଳିସାହିଠାରୁ ବାଲଣ୍ଡା (୮.୮୦ କି.ମି) ରାସ୍ତା ନିର୍ମାଣ କରିବା ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ପ୍ରାୟ ୪ କୋଟି ଟଙ୍କା ଅନୁଦାନ ମଞୁର କରାଯାଇଛି। ଉକ୍ତ ରାସ୍ତାର ନିର୍ମାଣ କାର୍ଯ୍ୟ ୨୩ା୩ା୨୦୨୨ରେ ଆରମ୍ଭ ହୋଇ ୨୩ା୩ା୨୦୨୩ ସୁଦ୍ଧା ଶେଷ କରିବାର ନିର୍ଦ୍ଦେଶ ରହିଥିଲା। ଠିକାଦାର ନିର୍ମାଣ କରିବାରେ ବିଳମ୍ବ କରୁଥିବାରୁ ଅଦ୍ୟାବଧି ତାହା ଅଧପନ୍ତରିଆ ହୋଇ ପଡିରହିଛି। ତେବେ ଉକ୍ତ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ନେଇ ଜନସାଧାରଣ ଅତିଷ୍ଠ ହୋଇ ପଡିଲେଣି। ଏ ନେଇ ବାରମ୍ବାର ଅଭିଯୋଗ ପରେ ଠିକାଦାର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। କିଛି ଦିନ ପୂର୍ବେ ଅଭୟପୁର ନିକଟରେ ଗୋଟିଏ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା। ତେବେ ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ସ୍ଥାନୀୟ ଲୋକେ ଗ୍ରାମ ଉନ୍ନୟନ ବିଭାଗ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ କନିଷ୍ଠ ଯନ୍ତ୍ରୀ ଶ୍ରୀକାନ୍ତ କୁମାର ସାହୁ ତଦନ୍ତ କରିଥିଲେ। ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ଜାଣିବା ପରେ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଅବଗତ କରାଇଥିଲେ। ତେଣୁ ଉକ୍ତ ପୋଲକୁ ଭାଙ୍ଗି ପୁନର୍ବାର ସଠିକ୍‌ ଭାଗମାପରେ ପୋଲ ନିର୍ମାଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେଣୁ ବୁଧବାର ଠିକାଦାର ମେସିନ ଲଗାଇ ଉକ୍ତ ପୋଲକୁ ଭାଙ୍ଗି ଦେଇଛନ୍ତି। ରାସ୍ତା ନିର୍ମାଣରେ ଅନିୟମିତତା କିମ୍ବା ନିମ୍ନମାନର ଅଭିଯୋଗ ଆସିଲେ ନିଶ୍ଚିତ ପଦକ୍ଷେପ ନିଆଯିବ। ତେଣୁ ସ୍ଥାନୀୟ ଲୋକେ ସଚେତନ ହେବା ସହ ରାସ୍ତା ନିର୍ମାଣ ସମୟରେ କାର୍ଯ୍ୟ ପ୍ରତି ଦୃଷ୍ଟି ଦେଲେ ଠିକାଦାର ଠିକ୍‌ ଭାବେ ନିର୍ମାଣ କରିବାକୁ ବାଧ୍ୟ ହେବେ ବୋଲି ଯନ୍ତ୍ରୀ ସାହୁ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ...

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ...

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ...

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image