ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତ ମହିଳା ଜଣକ ଶିବତଲା ଶ୍ରୀରାମପୁର ଗାଁର ସୂର୍ଯ୍ୟ ମାଝିଙ୍କ ସ୍ତ୍ରୀ କଲ୍ୟାଣୀ (୨୪) ବୋଲି ଚିହ୍ନଟ କରାଯାଇଛି। ଗତ ୧୬ ତାରିଖ ଦିନ ବୁର୍ଲା ଭୀମ୍‌ସାର ମେଡିକାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ଜାତି ପ୍ରଥା ପରମ୍ପରା ଅନୁଯାୟୀ, ଗର୍ଭବତୀ ଥିବା ମହିଳାଙ୍କ ମୃତ୍ୟୁ ହେଲେ ତାଙ୍କୁ ଦାହ କିମ୍ବା ପୋତା ନ ଯିବା ନିୟମ ଥିବାରୁ ତାଙ୍କୁ ଜଙ୍ଗଲରେ ଫିଙ୍ଗିଦେଲୁ ବୋଲି ମୃତ କଲ୍ୟାଣୀଙ୍କ ସ୍ବାମୀ ସୂର୍ଯ୍ୟ ମାଝି କହିଛନ୍ତି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ସାଇଣ୍ଟିଫିକ ଟିମ୍‌ ମଧ୍ୟ ଛାନ୍‌ଭିନ୍‌ ଆରମ୍ଭ ହୋଇଛି। ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ, ସଦର ଆଇଆଇସି ରାଜକୁମାର ବିଶ୍ବାଳ ଘଟଣାସ୍ଥଳରେ ପହଞ୍ଚି ତଦାରଖ କରିଛନ୍ତି। ଘଟଣାଟି ଅଞ୍ଚଳରେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ...

ବିଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା, ଚାଲିଗଲା ମହିଳାଙ୍କ ଜୀବନ

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା...

ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା...

ଶିଶୁଭବନ ଅନ୍ଧାର, ଗରମରେ ଛଟପଟ ହେଲେ ଶିଶୁରୋଗୀ

କଟକ,୨୩ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଶିଶୁଭବନ ପୁରୁଣା ବିଲ୍ଡିଂରେ ଲାଇନ ନ ଥିବାରୁ କିଛି ସମୟ ଧରି ଅନ୍ଧାର ରହିଥିଲା। ଅନ୍ଧାରରେ ଶିଶୁରୋଗୀ ଓ ଅଭିଭାବକ ନାହିଁ...

ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି: ଚଳିତ ବର୍ଷ କିଣାଯିବ ଏତିକି କୁଇଣ୍ଟାଲ ଧାନ

ଭୁବନେଶ୍ୱର,୨୩।୧୦: ଖରିଫ ବିପଣନ ବର୍ଷ (ଧାନ ସଂଗ୍ରହ ବର୍ଷ), ୨୦୨୪-୨୫ ଅକ୍ଟୋବର ୧, ୨୦୨୪ ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦, ୨୦୨୫ ରେ ସମାପ୍ତ...

ଆସୁଛି ବାତ୍ୟା ‘ଦାନା’: ଆଜି ରାତିରେ ୨୫ ହଜାର ଲୋକ ହେବେ ସ୍ଥାନାନ୍ତର

ଛତ୍ରପୁର,୨୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଗଞ୍ଜାମ ଜିଲାକୁ ରହୁଥିବାରୁ ଲୋକଙ୍କ ଧନଜୀବନକୁ ସୁରକ୍ଷା ପ୍ରଦାନ କରି ଜିଲାର ଜିରୋ କାଜୁଆଲିଟି ରହିବ।...

‘ଦାନା’ ଯୋଗୁ ରାଜ୍ୟର ୪ଟି ଜିଲା ଅଧିକ ପ୍ରଭାବିତ ହେବା ଆଶଙ୍କା

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri