ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ଜୀବନ ଗଲା

ଭଦ୍ରକ,୨୭।୨(ସନାତନ ରାଉତ):ଚିକିତ୍ସା ଅବହେଳାରୁ ଜଣେ ଗର୍ଭବତୀଙ୍କ ଜୀବନ ଚାଲିଗଲା। ବାରମ୍ବାର ଗୁହାରି ସତ୍ତ୍ୱେ ଡାକ୍ତର ଓ ନର୍ସ ସେମାନଙ୍କ କଥା ଶୁଣି ନ ଥିଲେ। ଚିକିତ୍ସାରେ ବିଳମ୍ବ କଲେ। ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ବିଭାଗ ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ପରେ ପରିବାର ଲୋକେ ଏଭଳି ଅଭିଯୋଗ କରିଛନ୍ତି। ଏହାକୁ ନେଇ ସୋମବାର ସକାଳେ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ମୃତା ମହିଳା ହେଉଛନ୍ତି ଆଗରପଡ଼ା ଥାନା ଅଧୀନ ବିରିଡ଼ି ଗ୍ରାମର ଅଭିମନ୍ୟୁ ଘଡ଼େଇଙ୍କ ସ୍ତ୍ରୀ ମଞ୍ଜୁଲତା(୨୮)। ଏନେଇ ଅଭିମନ୍ୟୁ ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ମଞ୍ଜୁଲତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ରବିବାର ତାଙ୍କୁ ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଭଦ୍ରକ ସ୍ଥାନାନ୍ତର କରାଯିବା ପରେ ପରିବାର ଲୋକେ ତାଙ୍କୁ ରାତି ପ୍ରାୟ ସାଢ଼େ ୧୧ଟାରେ ମାତୃ ଓ ଶିଶୁ ବିଭାଗରେ ଭର୍ତ୍ତି କରାଇଥିଲେ। ତାଙ୍କର ପ୍ରସବ ଯନ୍ତ୍ରଣା ବଢ଼ିବାରୁ ଅସ୍ତ୍ରୋପଚାର ଦ୍ୱାରା ପିଲା ଜନ୍ମ ପାଇଁ ଅଭିମନ୍ୟୁ ଡାକ୍ତରଙ୍କୁ ଗୁହାରି କରିଥିଲେ। ରାତି ପ୍ରାୟ ୨ଟା ବେଳେ ତାଙ୍କଠାରୁ ଦସ୍ତଖତ ନେଇ ଅସ୍ତ୍ରୋପଚାର କରାଯିବ ବୋଲି କହିଥିଲେ। ମାତ୍ର ରାତି ୩ଟା ବେଳେ ମଞ୍ଜୁଲତାଙ୍କ ମୃତ୍ୟୁ ଘଟିଥିବା ନେଇ ନର୍ସ ଆସି ଜଣାଇଥିଲେ। ତାଙ୍କ ସ୍ତ୍ରୀଙ୍କ ଅସହ୍ୟ ଯନ୍ତ୍ରଣା ନେଇ ବାରମ୍ବାର ଗୁହାରି କରିଥିଲେ ମଧ୍ୟ ଡାକ୍ତର ଓ ନର୍ସ କେହି ଶୁଣି ନ ଥିଲେ। ଓଲଟା ତାଙ୍କୁ ପାଗଳ କହି ଗାଳିଗୁଲଜ କରିଥିଲେ। ଚିକିତ୍ସା ଅବହେଳାରୁ ତାଙ୍କ ସ୍ତ୍ରୀଙ୍କର ଜୀବନ ଯାଇଥିବା ସେ ଅଭିଯୋଗ କରିବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସେ ଏତଲାରେ ଦର୍ଶାଇଛନ୍ତି। ମଞ୍ଜୁଲତାଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ପ୍ରକାଶ କରିବା ସହ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଗ୍ରାମାଞ୍ଚଳ ଥାନା ପୋଲିସ ପହଞ୍ଚତ୍ ତଦନ୍ତ କରିବା ସହ ସେମାନଙ୍କୁ ବୁଝାଶୁଝା କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପାତ୍ର କହିଛନ୍ତି, ଗର୍ଭବତୀଙ୍କ ଅବସ୍ଥା ଭଲ ଥିଲା। କିନ୍ତୁ ରାତି ୩ଟା ବେଳେ ହଠାତ୍‌ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ବ୍ୟବଚ୍ଛେଦ ପରେ ଜଣାପଡ଼ିବ। ଚିକିତ୍ସାରେ ଅବହେଳା ହୋଇଥିଲେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri