Posted inଜାତୀୟ

ଅର୍ଥମନ୍ତ୍ରୀଙ୍କୁ ମିଠା ଦହି ଖୁଆଇଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୭: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍‌। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଏବଂ ଚିନି ଖାଇବାକୁ ଦେଇଥିଲେ।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୪-୨୫ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏହା ନିର୍ମଳାଙ୍କର କ୍ରମାଗତ ସପ୍ତମ ବଜେଟ ହୋଇଥିବାବେଳେ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ ବଜେଟ। ଏନ୍‌ଡିଏ ସରକାରଙ୍କ ବିକଶିତ ଭାରତ ସ୍ବପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇପାରନ୍ତି। ବିଶେଷ କରି ଆୟକର ଛାଡ଼ ଏବଂ ଷ୍ଟାଣ୍ଡାର୍ଡ ଡିଡକ୍ସନ ସୀମା ବଢ଼ାଇବା ଲାଗି ସେ ଘୋଷଣା କରିପାରନ୍ତି ବୋଲି ଆଶା କରାଯାଉଛି। ରିଏଲ୍‌ ଇଷ୍ଟେଟ୍‌ ସେକ୍ଟର ମଧ୍ୟ ବଜେଟରୁ ଟିକସ ରିହାତି ପାଇବା ପାଇଁ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri