୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୦।୩(ବ୍ୟୁରୋ): ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨ କେନ୍ଦ୍ରମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବେ। ରବିବାର ରାଉରକେଲା ଏବଂ ୨୨ରେ ପୁରୀ ଓ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ରାଉରକେଲାରେ ଥିବା ଆର୍‌ଏସ୍‌ପି ଦ୍ୱାରା ପରିଚାଳିତ ଇସ୍ପାତ ଜେନେରାଲ ହସ୍ପିଟାଲର ନବର୍ନିମିତ ୨୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ।

Share