ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଆ ଭାଷାରେ ଲିଖିତ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବୈଷୟିକ ଶିକ୍ଷା ସଙ୍କଳନ ଓ ଇ-କୁମ୍ଭ ପୋର୍ଟାଲର ଲୋକାର୍ପଣ କରିଛନ୍ତି। ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବ ତଥା ରାଷ୍ଟ୍ରର ବିକାଶ ନିମନ୍ତେ ସେମାନେ ଉତ୍ସର୍ଗୀକୃତ ଭାବେ ଯୋଗଦାନ କରିବେ ବୋଲି ରାଷ୍ଟ୍ରପତି ପୁସ୍ତକ ଉନ୍ମୋଚନ ଅବସରରେ କହିଛନ୍ତି।
ଜୟଦେବ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ।