ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍‌ କଲେ ରାଷ୍ଟ୍ରପତି

ପୁରୀ,୮ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିବା ବେଳେ ସୋମବାର ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍‌ କରିଛନ୍ତି। ରାଷ୍ଟ୍ରପତି ମର୍ଣ୍ଣିଂଓ୍ବାକ୍‌ କରିବା ସହ ବେଳାଭୂମିରେ କିଛି ସମୟ ବସି ସମୁଦ୍ରର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ଆଜି ଭୁବନେଶ୍ୱର ଫେରି ଖଣ୍ଡଗିରି ଏବଂ ଉଦୟଗିରି ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା

ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ...

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ସ୍ବାଭିମାନ ମଞ୍ଚ ପ୍ରାର୍ଥିନୀ ପିଙ୍କି ଦାସ ବିଜୟୀ

କୁଜଙ୍ଗ,୬।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ବହୁଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶନିବାର କଡା ସୁରକ୍ଷା ବଳୟ ମଧ୍ୟରେ ବ୍ଲକ କାର୍ଯ୍ୟାଳୟରେ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮...

କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri