ମୋଦିଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ନେପାଳ ପ୍ରଧାନମନ୍ତ୍ରୀ: ଚାଇନାକୁ ଲାଗିପାରେ ଝଟ୍‌କା

କାଠମାଣ୍ଡୁ/ନୂଆଦିଲ୍ଲୀ,୧୬।୭: ନେପାଳର ନୂତନ ଭାବେ ନିଯୁକ୍ତ ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଭାରତକୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ସେ କହିଛନ୍ତି, ନେପାଳ-ଭାରତ ସମ୍ପର୍କକୁ ମଜଭୁତ କରିବା ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ ନୂତନ ଉଚ୍ଚତାକୁ ଆଣିବା ପାଇଁ ସେ ତାଙ୍କ ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ। ତାଙ୍କ ବିବୃତ୍ତିରେ ଚାଇନା ମଧ୍ୟ ଅସୁବିଧାରେ ପଡିପାରେ କାରଣ ନୂତନ ଭାବେ ନିଯୁକ୍ତ ପ୍ରଧାନମନ୍ତ୍ରୀ କେ ଶର୍ମା ଓଲି ଚାଇନାର ଦୃଢ ସମର୍ଥକ ଭାବେ ଜଣାଶୁଣା।
ଚତୁର୍ଥ ଥର ପାଇଁ ନେପାଳର ପ୍ରଧାନମନ୍ତ୍ରୀ ହେବାପରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହାର ଜବାବରେ ଓଲି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ପାଇଁ ଧନ୍ୟବାଦ। ପାରସ୍ପରିକ ଲାଭ ପାଇଁ ନେପାଳ-ଭାରତ ସମ୍ପର୍କକୁ ମଜଭୁତ କରିବା ପାଇଁ ମୁଁ ଆପଣଙ୍କ ସହ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ। ମିଳିତ ଭାବେ ଆମେ ଆମର ଐତିହାସିକ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇପାରିବା।
ପ୍ରଧାନମନ୍ତ୍ରୀ ହେବା ପରେ ଶର୍ମା ଓଲିଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ଲେଖିଛନ୍ତି, ଆମର ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱର ଗଭୀର ସମ୍ପର୍କକୁ ଆହୁରି ମଜଭୁତ କରିବା ଏବଂ ଆମ ଲୋକଙ୍କ ଅଗ୍ରଗତି ତଥା ସମୃଦ୍ଧତା ପାଇଁ ପାରସ୍ପରିକ ଲାଭଦାୟକ ସହଯୋଗକୁ ଆହୁରି ବଢାଇବା ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri