Posted inଜାତୀୟ

ରଣବୀରଙ୍କୁ ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮ା୩: ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ୨୦୨୪ କାର୍ଯ୍ୟକ୍ରମ ଦିଲ୍ଲୀର ଭାରତମଣ୍ଡପମଠାରେ ଚାଲିଛି। ଯେଉଁଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଇନଫ୍ଲୁଏନ୍‌ସର୍ସଙ୍କୁ ସମ୍ମାନିତ କରିଛନ୍ତି। ଇନ୍‌ଷ୍ଟାଗ୍ରାମ ଏବଂ ୟୁଟ୍ୟୁବ୍‌ରେ ଲୋକପ୍ରିୟ ତଥା ପ୍ରତିଭାଶାଳୀ ରଣବୀର ଆହ୍ଲାବାଦିଆଙ୍କ ନାମ ଏଥିରେ ରହିଛି।

ରଣବୀରଙ୍କର ସୋସିଆଲ ମିଡିଆ ଜଗତରେ ଏକ ବଡ଼ ନାଁ ରହିଛି। ଫିଲ୍ମଠୁ ଆରମ୍ଭ କରି ରାଜନୀତି ଏବଂ ଧର୍ମ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରର ଷ୍ଟାଲ୍‌ଓ୍ବାର୍ଟଙ୍କୁ ସାକ୍ଷାତକାର ନେଇଛନ୍ତି ରଣବୀର। ସୋସିଆଲ ମିଡିଆରେ ତାଙ୍କ ପୋଡକାଷ୍ଟର ଝଲକ ଦେଖିବାକୁ ମିଳେ।

ସୋସିଆଲ ମିଡିଆ ପ୍ରତିଭାମାନଙ୍କୁ ସମ୍ମାନ ଜଣାଇବା ପାଇଁ ସରକାର ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୋ’ ‘ମନ କି ବାତ୍‌’ରେ ଏହା ଘୋଷଣା କରିଛନ୍ତି। ଯାହାର ପ୍ରଥମ ସଂସ୍କରଣ ୮ ମାର୍ଚ୍ଚରେ ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସହିତ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଅଂଶଗ୍ରହଣ କରିଥିଲେ।

ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପାଇଁ ପ୍ରାୟ ୧.୫ ଲକ୍ଷ ନାମାଙ୍କନ ଗ୍ରହଣ କରାଯାଇଥିଲା। ଲକ୍ଷ ଲକ୍ଷ ଭୋଟ୍‌ ପରେ ସରକାର ୨୦ଟି ବର୍ଗରେ ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ୨୩ ବିଜେତାଙ୍କୁ ସମ୍ମାନିତ କରାଯାଇଛି। ସେମାନଙ୍କ ମଧ୍ୟରୁ ରଣବୀର ହେଉଛନ୍ତି ଜଣେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

ସିଜେଆଇ ହେବା ପୂର୍ବରୁ କ’ଣ କରୁଥିଲେ ଚନ୍ଦ୍ରଚୁଡ଼? ସାକ୍ଷାତ୍‌କାରରେ ମା’ଙ୍କୁ ନେଇ କହିଲେ ଏମିତି କଥା

ନୂଆଦିଲ୍ଲୀ,୨୬।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଅଲ ଇଣ୍ଡିଆ ରେଡିଓ (ଏଆଇଆର) କୁ ଏକ ସାକ୍ଷାତକାର ଦେଇଥିଲେ। ଏହି ସମୟ ମଧ୍ୟରେ ସେ କହିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri