ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଏବେ ଚିନ୍ତା ବଢାଇଛି। ତେବେ ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ନରେନ୍ଦ୍ର ମୋଦି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ କରିବେ ବୋଲି ସୂଚନା ରହିଛି।
ଭାରତ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୧ ଓମିକ୍ରନ ସଂକ୍ରମଣର ରିପୋର୍ଟ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୨୩୮ ଓ ମହାରାଷ୍ଟ୍ରରେ ୧୬୭ ଟି ଓମିକ୍ରନ ମାମଲା ରିପୋର୍ଟ ହୋଇଛି। ମଙ୍ଗଳବାର ଦିଲ୍ଲୀରେ ୧୬୫ ଟି ମାମଲା ରହିଥିଲା।