ଜନତା ମଇଦାନରେ ଚାଲିଥିଲା କାର୍ଯ୍ୟକ୍ରମ, ଏପଟେ ହଠାତ୍‌ ଭୟଙ୍କର ଜାମ୍‌ ହୋଇଗଲା ଭୁବନେଶ୍ୱର

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଜନତା ମଇଦାନରେ ଅନୁଷ୍ଠିତ ହୋଇଛି। ମୋଦିଙ୍କ ଓଡ଼ିଶା ଗସ୍ତର ସମସ୍ତ କାର୍ଯ୍ୟସୂଚୀ ଅନୁସାରେ ଆଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସୁରକ୍ଷାରେ ୮୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ୧୧ଜଣ ଡିସିପି ର଼୍ୟାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସ୍ପି, ୧୦୦ ଆଇଆଇସି ଓ ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଦାୟିତ୍ୱରେ ରହିଥିଲେ। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ ରହିଥିଲା।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଥିଲା। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏ ଜୟଦେବ ବିହାରରୁ ନାଲକୋ ଛକ, ନାଲକୋ ଛକରୁ ଜୟଦେବ ବିହାର ଯାଏ ଏହି କଟକଣା ବଳବତ୍ତର ରହିଥିଲା। ତେବେ ଏଥିପାଇଁ ସିଆରପି ଛକରୁ ଜୟଦେବ ବିହାର ଯାଏଁ ଭୟଙ୍କର ଭିଡ ଦେଖିବାକୁ ମିଳିଥିଲା। ଏହି ସମୟରେ ପ୍ରବଳ ବର୍ଷା ହେବାରୁ ଟ୍ରାଫିକରେ ବହୁତ ଗାଡି ଜାମ୍‌ ରହିବା ସହ ଯାତାୟତ କରିବାରେ ଅସୁବିଧା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ସମ୍ବଲପୁର,୧୯ା୯: ସମ୍ବଲପୁରୀ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ବରର ଏକ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର...

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା।...

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ...

ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ...

ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ...

ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ...

୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri