Posted inଜାତୀୟ

ନୁହ ଉଚ୍ଛେଦ ଅଭିଯାନରେ ରୋକ୍‌ ଲଗାଇଲେ ହାଇକୋର୍ଟ

ଗୁରୁଗଗ୍ରାମ/ଚଣ୍ଡିଗଡ଼,୭ା୮(ପି.ଟି.): ହରିୟାଣାର ନୁହ ଜିଲାରେ ପ୍ରଶାସନ ପକ୍ଷରୁ ଚାଲିଥିବା ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନ ଉପରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସୋମବାର ରୋକ ଲଗାଇଛନ୍ତି। ନୁହ ଜିଲାରେ ପ୍ରଶାସନର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜି.ଏସ୍‌. ସନ୍ଧଓ୍ବାଲିଆ ନିଜଆଡୁ ମାମଲା ବିଚାର ପାଇଁ ଗ୍ରହଣ କରିଥିଲେ। ଉଚ୍ଛେଦ କାର୍ଯ୍ୟକୁ ବନ୍ଦ ରଖିବା ପାଇଁ ସେ ହରିୟାଣା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ୩୧ରେ ବିଶ୍ୱ ହିନ୍ଦୁ ପରିଷଦର ଧର୍ମୀୟ ଶୋଭାଯାତ୍ରା ବେଳେ ଉକ୍ତ ବେଆଇନ ବିଲ୍ଡିଂ ଉପରୁ କେତେଜଣ ଟେକାମାଡ଼ କରିଥିଲେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି, ଯାହା ସାମ୍ପଦାୟିକ ହିଂସାର ରୂପ ନେଇ ଗୁରୁଗ୍ରାମକୁ ବ୍ୟାପିଯାଇଥିଲା। ଏହି ହିଂସାରେ ଜଣେ ଇମାମ୍‌, ୨ ହୋମ୍‌ଗାର୍ଡଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ଗୁରୁଗ୍ରାମର ଖଣ୍ଡସା ଗ୍ରାମରେ କେତେଜଣ ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଏକ ମାଜାରରେ ନିଆଁ ଲଗାଇଦେଇଛନ୍ତି। ଏନେଇ ମାଜାରର ତତ୍ତ୍ୱାବଧାରକ ଗସିତେ ରାମ୍‌ ସେକ୍ଟର ୩୭ ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌...

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ...

ଆଇପିଏଲ୍‌ ଅକ୍ସନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ଟିମ୍‌ କିଭଳି ହୁଅନ୍ତି ମାଲାମାଲ୍‌, ବିସିସିଆଇକୁ କେତେ ମିଳେ? ଜାଣନ୍ତୁ… 

ନୂଆଦିଲ୍ଲୀ,୨୬।୧୧: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍‌ ଆଇପିଏଲ୍‌ ୨୦୨୫ ମାର୍ଚ୍ଚ ୧୪ରୁ ଆରମ୍ଭ ହେବ । ନିକଟରେ ଏହାର ମେଗା ଅକ୍ସନ ସମାପ୍ତ ହୋଇଛି।...

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ...

ଏମିତି ଭୁଲ ପାଇଁ ଭାଜପା ଏମପିଙ୍କ ବ୍ରେକଫାଷ୍ଟରେ ପହଞ୍ଚିଗଲେ କଂଗ୍ରେସ ଏମପି

ନୂଆଦିଲ୍ଲୀ,୨୬।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଦିଲ୍ଲୀର ବିକାନେର ହାଉସରେ ଭାରତୀୟ ଜନତା ପାର୍ଟି (ଭାଜପା) ଏମପିମାନଙ୍କ ପାଇଁ ଏକ ବ୍ରେକଫାଷ୍ଟର ଆୟୋଜନ କରିଥିଲେ। ଏଥିପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri