ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୧।୮(ଅନିଲ ଦାସ): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବୁଧବାର ଶୂନ୍ୟକାଳରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ ଚାଲିଥିବା ବେଳେ କିପରି ସେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହୋଇପାରିଲେ। କିଏ ତାଙ୍କୁ ନିଯୁକ୍ତି ଦେଲେ। ମନ୍ତ୍ରୀଙ୍କ ଜିଲା ବଲାଙ୍ଗୀର ଅଞ୍ଚଳରେ। ସେ ଆରଆଇ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ମୋ ନିକଟରେ ଯାହା ତଥ୍ୟ ରହିଛି, ଏବେ ତାଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଚାଲିଛି। ରାଜସ୍ବ, ସାଧାରଣ ପ୍ରଶାସନ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏ ବିଷୟରେ ଅବଗତ ନାହାନ୍ତି। କେମିତି ଏ ବେଆଇନ ନିଯୁକ୍ତି ହେଲା। ମୁଖ୍ୟମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହାର ସ୍ପଷ୍ଟୀକରଣ ରଖନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri