ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ । ତେବେ କାଳିଆର ସେହି ଚର୍ଚ୍ଚିତ ଭଣ୍ଡାରରେ କେତେ ସୁନା-ରୁପା ରହିଛି ଜାଣନ୍ତୁ।

ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା’ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି।

ତଥ୍ୟ ମୁତାବକ ନୀଳମଣି ରାଉତରାୟ ୧୯୭୭ରୁ ୧୯୮୦ ପର୍ଯ୍ୟନ୍ତ ଓଡ଼ିଶାର ଦଶମ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଅମଳରେ ୧୯୭୮ ମେ’ ୧୩ରୁ ଜୁଲାଇ ୨୩ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ସେତେବେଳେ ଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକୁ ଗଣତି କରାଯାଇଥିଲା। ଏହା ପରେ ୧୯୮୦ ମେ’ରେ ଅନୁଷ୍ଠିତ ରାଜ୍ୟ ବିଧାନସଭା ର୍ନିବାଚନରେ ନୀଳମଣିଙ୍କ ନେତୃତ୍ୱାଧୀନ ଜନତା ଦଳ ସରକାରର ପତନ ଘଟିଥିଲା। ଏହି ର୍ନିବାଚନରେ କଂଗ୍ରେସ ସରକାର ଗଠନ କରିଥିଲା। କଂଗ୍ରେସ ନେତା ଜାନକୀ ବଲ୍ଲଭ ପଟ୍ଟନାୟକ (୧୯୮୦-୧୯୮୯) ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୫ ଜୁଲାଇ ୧୪ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା।

୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା । ସେହିପରି ମୂଲ୍ୟବାନ ପଥର ସହିତ ରୁପା ସାମଗ୍ରୀର ଓଜନ ୨୫୮ କିଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।

ତେବେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ସୁନା ଓ ରୁପାକୁ କିଲୋଗ୍ରାମ ଆକାରରେ ୨୦୨୩ରେ ହାଇକୋର୍ଟରେ ସତ୍ୟପାଠରେ ଦର୍ଶାଯାଇଛି। ତେବେ ସତ୍ୟପାଠରେ ଦର୍ଶାଯାଇଥିବା ରିପୋର୍ଟରେ ୭୫ କିଲୋଗ୍ରାମ ରୁପା କମ ରହିଛି। ୧୨,୮୩୧ ଭରି ସୁନାର ସମୁଦାୟ ଓଜନ ହେଉଛି ୧୪୯ କିଲୋଗ୍ରାମ ୬୦୯ ଗ୍ରାମ। ସେହିପରି ୨୨୧୫୩ ଭରି ରୂପାର ଓଜନ ହେଉଛି ୨୫୮ କିଲୋଗ୍ରାମ ୩୦ ଗ୍ରାମ। ୨୦୧୮ ମସିହାରେ ବିଧାନସଭାରେ ଆଇନମନ୍ତ୍ରୀ ରତ୍ନଭଣ୍ଡାର ଅଳଙ୍କାର ନେଇ ସମାନ ଉତ୍ତର ରଖିଥିଲେ। କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସତ୍ୟପାଠରେ ଦର୍ଶାଯାଇଛି ଯେ, ରତ୍ନଭଣ୍ଡାର ଭିତରେ ୧୪୯ କିଲୋ ସୁନା ଓ ୧୮୩ କିଲୋ ରୂପା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri