କାଲି ଖୋଲାଯିବ ରତ୍ନଭଣ୍ଡାର, ବଡ଼ ବୟାନ ଦେଲେ ଆଇନମନ୍ତ୍ରୀ

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ କରି ଏହି ସୂଚନା କହିଛନ୍ତି, ଆସନ୍ତାକାଲି ଅର୍ଥାତ୍‌ ରବିବାର ରତ୍ନଭଣ୍ଡାର ଖୋଲାଯିବ। ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ।

ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇ ସହାୟତା ନିଆଯିବ। ତାଙ୍କ ପ୍ରତିନିଧି ଉପସ୍ଥିତ ରହିବେ ।

ଅଳଙ୍କାରର ସଂଖ୍ୟା, ମାନ ଏବଂ ଓଜନ ନିର୍ଦ୍ଧାରଣ କରାଯିବ। ଅଳଙ୍କାରଗୁଡ଼ିକର ଡିଜିଟାଲ ଫଟୋଗ୍ରାଫି କରାଯିବ। ଫଟୋଗ୍ରାଫ କରାଯାଇ ଏକ ଡିଜିଟାଲ କାଟାଲଗ୍‌ ତିଆରି ହେବ। ଆଗାମୀ ଦିନ ପାଇଁ ଏହା ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ରହିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ୍‌ ଟିମ୍‌ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ୍‌ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ୍‌ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାର ରୂପ ନେଲା ଦାନା, ବଢାଇଲାଣି ଫନି ଡର!

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା (ଦାନା) ଓଡ଼ିଶାକୁ ମାଡ଼ି ଆସୁଛି। ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର...

ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ...

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ,...

ଏଟିଏମ୍‌ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍‌…

ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍‌ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍‌ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ...

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର...

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri