ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଆସନ୍ତା ୨୬ ତାରିଖରେ ବାତ୍ୟା ୟାସ୍‌ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପାଓ୍ବାର ଟ୍ରାନ୍ସମିଶନ କର୍ପୋରେଶନ ଲିମିଟେଡ୍‌(ଓପିଟିସିଏଲ୍‌)ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ପାଇଁ ସୋମବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ବାତ୍ୟା ପରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ କରିବାକୁ ଓପିଟିସିଏଲ୍‌ କର୍ମଚାରୀ ନିୟୋଜିତ ହେବେ । ଏହି ସମୟରେ ଯଦି କୌଣସି କର୍ମଚାରୀଙ୍କ ମୃତ୍ୟୁ ହୁଏ ତେବେ ସମ୍ପୃକ୍ତ ବିଦ୍ୟୁତ୍‌ କର୍ମଚାରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ସେହିପରି ଯଦି ବାତ୍ୟା ମୁକାବିଲା ସମୟରେ କୌଣସି କର୍ମଚାରୀ ଆହତ ହେଲେ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ଓପିଟିସିଏଲ୍‌ ବହନ କରିବ । ଏଥିସହ ସରକାରୀ ନିୟମ ଅନୁସାରେ ଅନ୍ୟ ଯୋଜନାରେ ମଧ୍ୟ କର୍ମଚାରୀମାନେ ଲାଭବାନ ହେବେ ବୋଲି ଓପିଟିସିଏଲ୍‌ ପକ୍ଷରୁ ଘୋଷଣା କରାଯାଇଛି।

Share