ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା। ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ। ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ୍‌ ବୋଲି କେନ୍ଦ୍ରମନ୍ତ୍ରୀ ଆଜି କହିଛନ୍ତି।

ଅନ୍ୟପକ୍ଷରେ ରେଭେନ୍ସା ନାଁ ବଦଳିବା କହିଥିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କଡ଼ା ଭାଷାରେ ବିରୋଧ କରିଛନ୍ତି ତିନି ପୂର୍ବତନ ପ୍ରଫେସର ଏବଂ ଛାତ୍ର। ଏହାକୁ ଅବାସ୍ତବ କହି ସମାଲୋଚନା କରିଛନ୍ତି ହେମେନ୍ଦ୍ର ନାରାୟଣ ଦାସ। ରେଭେନ୍ସା କେବଳ ନାମ ନୁହେଁ, ଇଟ ଇଜ୍‌ ଓ୍ବେ ଅଫ୍‌ ଲାଇଫ୍‌ ବୋଲି ସେ କହିଛନ୍ତି।

ଏହା ସହ ଶହେ ବର୍ଷର ଇତିହାସ ଯୋଡ଼ି ହୋଇରହିଛି। ହୀନମନ୍ୟତା କହି ସମାଲୋଚନା କରିଛନ୍ତି ସତ୍ୟକାମ ମିଶ୍ର। ସେ କହିଛନ୍ତି, ଯେଉଁମାନେ ରେଭେନ୍ସା ସାହେବକୁ ଜାଣି ନାହାନ୍ତି ଏପରି କହିବେ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପ୍ରତି ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଆ ଅସ୍ମିତା ନାଁରେ ତାଙ୍କୁ ଅପମାନିତ କରାଯିବା ଅନୁଚିତ ବୋଲି ସେ କହିଛନ୍ତି।

ସେହିପରି କମଳା ପ୍ରସାଦ ମହାପାତ୍ର କହିଛନ୍ତି, ରେଭେନ୍ସା କଲେଜ ନିର୍ମାଣ କରିବାରେ ରେଭେନ୍ସାଙ୍କ ଅବଦାନ ଅତୁଳନୀୟ। ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଟି.ଇ ରେଭେନ୍ସାଙ୍କ ଅବଦାନର ପଟାନ୍ତର ନାହିଁ। ସରକାର କୌଣସି ପରିସ୍ଥିତିରେ ଏମିତି ନ କରି ଏଥିରୁ ନିବୃତ ରୁହନ୍ତୁ ବୋଲି ସେ କ୍ଷୋଭ ପ୍ରକାଶ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri