ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍ ସ୍ଥିତିକୁ ନେଇ ସମୀକ୍ଷା ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ମଙ୍ଗଳବାର ରାଜ୍ୟର କୋଭିଡ଼ ସ୍ଥିତିର ସମୀକ୍ଷା କରିବେ। ଅପରାହ୍ନରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ କୋଭିଡ଼ର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ।
ଏହି ବୈଠକରେ ସାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ମୁଖ୍ୟ ଶାସନ ସଚିବ ରାଜକୁମାର ଶର୍ମା, ଉନ୍ନୟନ କମିଶନର ପି.କେ. ଜେନା ପ୍ରମୁଖ ଉପସ୍ଥିତ ରହିବେ । ଏହା ସହ ପୋଲିସ ଡିଜି, ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ସାମିଲ ହେବେ।