ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ ପାଳିତ ହୋଇଯାଇଛି l ଓକିଲ ସଂଘ ସଭାପତି ସଞ୍ଜୟ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ମୁଖ୍ୟଅତିଥି ଭାବରେ ଯୋଗଦେଇ ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା କହିଥିଲେ l

ମୁଖ୍ୟବକ୍ତା ଭାବେ ଓଡିଶା ବାର୍‌ କାଉନସିଲ ସଦସ୍ୟ ଦେବଦତ୍ତ ମିଶ୍ର ଯୋଗଦେଇ ଉତ୍କଳ ଗୌରବ ମଧୁସୂଦନ ଦାସ ଓକିଲଙ୍କ ସ୍ବାଭିମାନର ପ୍ରତୀକ ଥିଲେ ବୋଲି କହିଥିଲେ l ବିଶିଷ୍ଟ ଆଇନଜୀବୀ ପ୍ରହଲ୍ଲାଦ ଅଗ୍ରୱାଲ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ମଧୁବାବୁଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସବ୍‌ଜଜ୍‌ ରବି କିରଣ ସ୍ବାଇଁ, ବିଶିଷ୍ଟ ଆଇନଜୀବୀ ରାଧାକାନ୍ତ ପାଢ଼ୀ, ମୋହନଲାଲ ଜୈନ ପ୍ରମୁଖ ବକ୍ତବ୍ୟ ରଖିଥିଲେ l

ଏହି ଅବସରରେ ଆଇନଜୀବୀ ସ୍ବର୍ଗତ ହରେକୃଷ୍ଣ ବେହେରାଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ପୁଅ ବରିଷ୍ଠ ଆଇନଜୀବୀ ସୁମନ୍ତ ବେହେରାଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟସ୍ତରରେ ଅନୁଷ୍ଠିତ ପରିବେଶ ସୁରକ୍ଷା ସନ୍ଦର୍ଭ ପ୍ରତିଯୋଗିତାରେ ପ୍ରଥମ ହୋଇଥିବା ଆଦ୍ୟାଶା ଦୀକ୍ଷିତ, ଦ୍ୱିତୀୟ ପ୍ରତୀକ୍ଷା ପଣ୍ଡା ତଥା ଯୁଗ୍ମ ଭାବରେ ତୃତୀୟ ହୋଇଥିବା ଶ୍ରିୟା ପଟ୍ଟନାୟକ ଏବଂ ବିନାୟକ ସାହୁଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ l

ସଂଘ ଉପସଭାପତି ପ୍ରୀତମ ପଣ୍ଡା, କାଳୀ ପ୍ରସାଦ ମୁଖାର୍ଜୀ, ଶ୍ୟାମାପ୍ରସାଦ ଗରିଆ, ସୁମନ୍ତ ବେହେରା, ପଙ୍କଜ ପାଢ଼ୀ, ଡମ୍ବରୁଧର କର୍ମୀ, ଜୟରାଜ ସାହୁ, ରାଜଦୀପ ପଟ୍ଟନାୟକ, ତୁଳସୀ ସାହୁ, ପ୍ରଦୀପ ମହାନ୍ତି, ବୀରେନ୍ଦ୍ର ବାଗ, ସନ୍ଧ୍ୟା ଥାପା, ଦେବେନ୍ଦ୍ର ମିଶ୍ର, ସଞ୍ଜୀବ ପାଢ଼ୀ, ରାଜେଶ ବାବୁ, ବୀରେନ୍ଦ୍ର ବାଗ ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ସଂଘ ସମ୍ପାଦକ ମହେଶ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri